Posted inବରଗଡ଼

ମାନବିକତା ଦେଖାଇଲେ ସରପଞ୍ଚଙ୍କ ସ୍ବାମୀ

ବରଗଡ଼ ଅଫିସ୍‌,୨।୬
ବାଟବଣା ହୋଇ ଫସି ରହିଥିବା ଝାଡ଼ଖଣ୍ଡର ପ୍ରବାସୀ ମା, ପୁଅଙ୍କୁ ସହଯୋଗ କରି ସୋମବାର ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ କାଂସଡ଼ା ପଞ୍ଚାୟତର ସରପଞ୍ଚ ସୁଷମା ସାହୁଙ୍କ ସ୍ବାମୀ ଯୁଧିଷ୍ଠିର ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି । ଝାଡ଼ଖଣ୍ଡ ରାଜ୍ୟ ସିମଡ଼େଗା ଜିଲାର ଜଣେ ମହିଳା ନିଜ ଶିଶୁପୁତ୍ରକୁ ଧରି ଗତ ପ୍ରାୟ ୨ମାସ ତଳେ କାଂସଡ଼ା ଅଞ୍ଚଳରେ ଅସହାୟ ଅବସ୍ଥାରେ ବୁଲାବୁଲି କରୁଥିଲେ । ସେ ନେଇ ଖବର ପାଇବା ପରେ ଯୁଧିଷ୍ଠିର ସେଠାରୁ ମା, ପୁଅଙ୍କୁ ଉଦ୍ଧାର କରି ସ୍ଥାନୀୟ କ୍ବାରାଣ୍ଟାଇନ ସେଣ୍ଟରରେ ରଖିଥିଲେ। କ୍ବାରାଣ୍ଟାଇନ ଅବଧି ସରିବା ପରେ ସେମାନଙ୍କ ରହଣୀ ପାଇଁ ସେ ପୁଣି ଏକ ସ୍ବତନ୍ତ୍ର ବ୍ୟବସ୍ଥା କରିଥିଲେ । ଏକ କୋଠରୀରେ ମା, ପୁଅଙ୍କୁ ଆଶ୍ରୟ ଦେବା ସହିତ ସେମାନଙ୍କ ଖାଦ୍ୟପେୟ, ବସ୍ତ୍ର ଆଦି ଯୋଗାଇ ଦେଇଥିଲେ । ଏହା ସହିତ ଜଣେ ଲେଖାଏ ମହିଳା, ପୁରୁଷଙ୍କୁ ସେମାନଙ୍କ ସୁରକ୍ଷା ଦାୟିତ୍ୱରେ ରଖିଥିଲେ । ଘଟଣା ସମ୍ପର୍କରେ ଝାଡ଼ଖଣ୍ଡ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ମାତ୍ର କିଛି ସୁଫଳ ମିଳି ନ ଥିଲା । ଫଳରେ ଯୁଧିଷ୍ଠିର ନିଜ ଖର୍ଚ୍ଚରେ ଏକ ଗାଡି ଭଡ଼ା କରି ସେହି ମା, ପୁଅଙ୍କୁ ଏଠାରୁ ୪୦୦ କି.ମି ଦୂର ଝାଡ଼ଖଣ୍ଡ ରାଜ୍ୟ ସିମଡ଼େଗା ଜିଲା ସ୍ଥିତ ସେମାନଙ୍କ ଘରେ ଛାଡ଼ି ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri