Posted inଜାତୀୟ

ମାନବିକ ସଙ୍କଟ ଆଶଙ୍କା

ନୂଆଦିଲ୍ଲୀ,୨ା୯: ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଶନିବାର ପ୍ରକାଶିତ ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ୧୯ ଲକ୍ଷରୁ ଊର୍ଦ୍ଧ୍ୱ ଜଣଙ୍କୁ ଅଯୋଗ୍ୟ ଦର୍ଶାଯାଇ ବାଦ୍‌ ଦିଆଯାଇଛି। ବେଆଇନ ଭାବେ ରହୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରିବା ଏହାର ଉଦ୍ଦେଶ୍ୟ ବୋଲି ଏନ୍‌ଆର୍‌ସି ପକ୍ଷରୁ ଦାବି କରାଯାଇଥିବାବେଳେ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଭିନ୍ନ ଭିନ୍ନ ରିପୋର୍ଟ ପ୍ରକାଶ ପାଇଛି। ତାଲିକାରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯାଇପାରେ। ଏଥିଯୋଗୁ ଆସାମରେ ମାନବିକ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଗାର୍ଡିଏନ୍‌ ରିପୋର୍ଟରେ ଉଲ୍ଲେଖ କରାଯାଇଛି ।
ଓ୍ବାଶିଂଟନ ପୋଷ୍ଟରେ ‘ଭାରତୀୟ ରାଜ୍ୟରେ ନାଗରିକତ୍ୱ ତାଲିକାରୁ ପ୍ରାୟ ୨ ନିୟୁତ ଲୋକଙ୍କୁ ବାଦ୍‌ ଦିଆଯାଇଛି’ ଶୀର୍ଷକ ଏକ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ବେଆଇନ ପ୍ରବାସୀଙ୍କୁ ଏନ୍‌ଆର୍‌ସିରୁ ବାଦ୍‌ ଦିଆଯିବାର ପରିଣାମ ସମେତ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ସାୟେରା ବେଗମ୍‌ଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ତାଙ୍କ ନାମ ଏନ୍‌ଆର୍‌ସି ତାଲିକାରେ ନାହିଁ ବୋଲି ଗୁଜବ ଶୁଣିବା ପରେ ସାୟେରା ଏକ କୂଅକୁ ଡେଇଁପଡ଼ିଥିଲେ। ତାଲିକା ପ୍ରକାଶ ପାଇବା ପରେ ତାଙ୍କ ନାମ ସେଥିରେ ରହିଥିଲା। ହେଲେ ସେତେବେଳକୁ ତାଙ୍କର ମୃତ୍ୟୁ ଘଟିସାରିଥିଲା। ସେହିପରି ତାଲିକାରୁ ବାଦ୍‌ ପଡ଼ିଥିବା ଲୋକେ ସମ୍ମୁଖୀନ ହେଉଥିବା ଆଇନଗତ କଠିନତାକୁ ନେଇ ଅଲ୍‌-ଜଜିରା ରିପୋର୍ଟରେ ବିସ୍ତୃତ ଭାବେ ବର୍ଣ୍ଣନା କରିଛି। ୧୨୦ ଦିନ ମଧ୍ୟରେ ୨୦ ଲକ୍ଷରୁ ୩୦ ଲକ୍ଷ ମାମଲାର ବିଚାର କରିବା ବିଦେଶୀ ଟ୍ରିବ୍ୟୁନାଲଗୁଡ଼ିକ ପାଇଁ ଅଡ଼ୁଆ ସ୍ଥିତି ସୃଷ୍ଟି କରିବ ବୋଲି ନୂଆଦିଲ୍ଲୀସ୍ଥିତ ରାଇଟ୍ସ ଆଣ୍ଡ ରିସ୍କସ ଆନାଲିସିସ୍‌ ଗ୍ରୁପ୍‌ ନିଦ୍ଦେର୍ଶକ ସୁହାସ ଚକ୍‌ମା କହିଛନ୍ତି। ଜାତୀୟ ସ୍ତରରେ ଏନ୍‌ଆର୍‌ସି କାର୍ଯ୍ୟକାରୀ କରିବା ପାଇଁ ଚାହୁଁଥିବା ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଏକତା ପ୍ରବାସୀଙ୍କୁ କୀଟ ଭାବେ ଅଭିହିତ କରିଥିଲେ, ଯାହାକୁ ଭାଜପା ସମର୍ଥନ କରିଥିଲା ବୋଲି ଉକ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବାଂଲାଦେଶର ପ୍ରମୁଖ ଖବରକାଗଜ ‘ଦି ଡେଲି ଷ୍ଟାର’ରେ ପ୍ରକାଶିତ ରିପୋର୍ଟରେ ସେଠାକାର ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବ୍‌ଦୁଲ୍‌ ମୋମେନ୍‌ କହିଛନ୍ତି, ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ଲୋକେ ବାଂଲାଦେଶୀ ନୁହନ୍ତି। ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ହୋଇଥିବାରୁ ତାକୁ ନେଇ ଆମର ଚିନ୍ତା କରିବାର କିଛି ନାହିଁ। ଆସାମ ସୀମାରେ ସୁରକ୍ଷା ବନ୍ଦୋବସ୍ତ କଡ଼ାକଡ଼ି କରାଯାଇଛି ବୋଲି ବର୍ଡର ଗାର୍ଡ ବାଂଲାଦେଶ ଅଧିକାରୀମାନେ କହିଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri