ମାନସଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା: ସୁସ୍ମିତା ବାଗ୍‌ଚୀ, ଆକାଶଙ୍କୁ ମଧ୍ୟ ସମତୁଲ୍ୟ ପଦବୀ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ୨୮ରେ ମାନସଙ୍କୁ ରାଜ୍ୟ ସରକାର(ଗଣମାଧ୍ୟମ ଓ ଲୋକସମ୍ପର୍କ)ଙ୍କ ବ୍ୟାପାର ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଥିଲା। ଓଡ଼ିଆ ଗଣମାଧ୍ୟମରେ ମାନସ ପୂର୍ବରୁ କାର୍ଯ୍ୟ କରିସାରିଛନ୍ତି। ବିଭିନ୍ନ ସରକାରୀ ଯୋଜନା, ବାର୍ତ୍ତାର ପ୍ରଚାର ପ୍ରସାର ସହ ମାନସ ଗଣମାଧ୍ୟମ ଓ ସରକାରଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବେ ବୋଲି ଜଣାପଡିଛି। ନୂତନ ନିଯୁକ୍ତି ସହ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପାଇଥିବାରୁ ମାନସ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅନୁରୂପ ଭାବେ ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ‘ମୋ କଲେଜ’ ଅଧ୍ୟକ୍ଷ ଆକାଶ ଦାସ ନାୟକଙ୍କୁ ମଧ୍ୟ ରାଷ୍ଟ୍ରପାହ୍ୟା ପ୍ରଦାନ କରାଯାଇଛି। ଅଗଷ୍ଟ ୧୬ରେ ଆକାଶ ଏବଂ ସୁସ୍ମିତାଙ୍କୁ ଯଥାକ୍ରମେ ‘ମୋ କଲେଜ’ ଓ ‘ମୋ ସ୍କୁଲ’ ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିଲା। ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପାଇବା ପରେ ଆକାଶ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri