ମାନସିକ ବିକାରଗସ୍ତ ସ୍ବାମୀଙ୍କ ଅଭାବନୀୟ କାଣ୍ଡ: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ କଲେ ଆତ୍ମହତ୍ୟା

ଚନ୍ଦ୍ରଗିରି, ୧୪।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦନପୁର ହରିଜନ ବସ୍ତିରେ ଜଣେ ଦମ୍ପତ୍ତିଙ୍କ ମୃତଦେହକୁ ବୁଧବାର ମୋହନା ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ ଚନ୍ଦନପୁର ବସ୍ତିର ବଚ୍ଚନ ଉଠାଣସିଂ ଓ ତାଙ୍କ ସ୍ତ୍ରୀ ସୁମିତ୍ରା ଉଠାଣସିଂ। ଘଟଣା ସ୍ଥଳରେ ଆର୍‌. ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ଓ ମୋହନା ଥାନା ଅଧିକାରୀ ସୁଜିତ୍‌ କୁମାର ନାୟକ ପହଞ୍ଚି ଦୁଇ ମୃତଦେହକୁ ଜବତକରି ତଦନ୍ତ ଚଳାଇଛନ୍ତି। ଘଟଣାସ୍ଥଳରୁ ଦୁଇଟି ମୃତ କୁକୁଡା, ଟାଙ୍ଗିଆ ଜବତ ହୋଇଛି।
ପ୍ରକାଶ ଯେ, କିଛି ବର୍ଷ ତଳେ ଉକ୍ତ ଦମ୍ପତ୍ତି ପ୍ରେମ ବିବାହ କରିଥିଲେ। ଦୈନିକ ମଜୁରୀ ଖଟି ସେମାନେ ଚଳିଆସୁଥିଲେ। ତାଙ୍କର ଗୋଟିଏ ଝିଅ ଅଛନ୍ତି। ବୁଧବାର ସକାଳୁ ବଚ୍ଚନ ଓ ସୁମିତ୍ରା ଘରୁ ବହୁତ ସମୟ ପର୍ଯ୍ୟନ୍ତ ଶୋଇ ନ ଉଠିବାରୁ ମା’ ବାସନ୍ତୀ ଘର କବାଟ ବାଡେଇଥିଲେ। ମାତ୍ର ଭିତରୁ କୌଣସି ଉତ୍ତର ନ ଆସିବାରୁ ସେ କବାଟ ଫାଙ୍କରେ ହାତ ଗଳାଇ ଖୋଲିଥିଲେ। ପୁଅ ଫାଶୀ ଲଗାଇ ଝୁଲୁଥିବା ବେଳେ ବୋହୂଙ୍କ ମୃତଦେହ ଶେଯରେ ପଡ଼ିଥିବା ଦେଖି ସାହି ପଡ଼ୋଶୀଙ୍କୁ ଜଣାଇଥିଲେ । ଦୁହିଁଙ୍କ ମଧ୍ୟରେ କୌଣସି ବିବାଦ ନ ଥିବା ବେଳେ ମାନସିକ ବିକାରରୁ ଏଭଳି ଘଟଣା ଘଟିଥିବା ବାସନ୍ତୀ କହିଛନ୍ତି। ମୃତ୍ୟୁର କାରଣ ଜଣା ପଡ଼ି ନ ଥିବା ବେଳେ ପୋଲିସ ପ୍ରାଥମିକ ତଦନ୍ତରୁ ମାନସିକ ବିକାରଗ୍ରସ୍ତ ବଚ୍ଚନ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ନିଜେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରୁଛି। ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମକୁ ଖବର ଦିଆଯାଇଛି । ସମ୍ପୂର୍ଣ୍ଣ ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri