ଅନୁଗୋଳ ଅଫିସ, ୧୫।୫- ଅନୁଗୋଳ ପୌରପାଳିକା ୧୬ ନମ୍ବର ଓ୍ବାର୍ଡ ସୌଭାଗ୍ୟନଗରର ମାନସିକ ବିକାରଗସ୍ତ ସରୋଜିନୀ ଓ ଭାଇ ପ୍ରଫୁଲ୍ଲ ବେହେରାଙ୍କୁ ଥଇଥାନ କରିବାକୁ ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ‘ଜୀବନ ସଂଗ୍ରାମରେ ମାନସିକ ବିକାରଗସ୍ତ ଭଉଣୀଭାଇ, ପଡୋଶୀ ଦେଲେ ପେଟକୁ ଯାଏ ଦାନା’ ଶୀର୍ଷକ ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଉଭୟେ କାହିଁକି ସରକାରୀ ଯୋଜନାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ରହିଛନ୍ତି ତାହାର ତଦନ୍ତ ପାଇଁ ଜିଲାପାଳ ପୌର ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୌର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଘଟଣାର ତନାଘନା ମଧ୍ୟ ଆରମ୍ଭ ହୋଇଛି। ଉଭୟଙ୍କ ନିକଟରେ ପୌର ଅଧିକାରୀ ପହଞ୍ଚିବା ସହ ପଡୋଶୀଙ୍କୁ ମଧ୍ୟ ପଚରାଉଚରା କରିଛନ୍ତି। ଦୁଇ ଦିନ ମଧ୍ୟରେ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ପୌରକର୍ତ୍ତୃପକ୍ଷ କହିଛନ୍ତି। ସେହିପରି ଉଭୟଙ୍କୁ ଚାଉଳ ସହ କିରୋସିନି ଓ ପନିପରିବା ମଧ୍ୟ ଯୋଗାଇ ଦିଆଯାଇଛି। ତଦନ୍ତ ସରିବା ପରେ ଉକ୍ତ ପରିବାର ସେମାନଙ୍କ ପାଇଁ ସ୍ଥାୟୀ ପ୍ରତିକାର କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ
ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…
ଜଙ୍ଗଲରେ ଭୋଜି ମନା
ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…
ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍ ପଛରେ ପିଟିହେଲା କାର୍, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…
ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
Archives

