ମାନସିକ ବିକୃତଙ୍କୁ ବିବାହ କରାଇ ବଜାରରେ ବୁଲାଇବା ଘଟଣା: ଏସ୍‌ପିଙ୍କୁ ଭେଟିଲେ ମାନବାଧିକାର ପରିଷଦ ସଦସ୍ୟ

ବାଲେଶ୍ୱର ଅଫିସ,୨୭।୧୨-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ଗତ ୨୪ ତାରିଖରେ ଦୁଇଜଣ ମାନସିକ ବିକୃତଙ୍କୁ ଜବରଦସ୍ତ ବିବାହ କରାଇ ବଜାରରେ ବୁଲାଇବା ଘଟଣାର ଭିଡ଼ିଓ ଭାଇରାଲ ହେବା ପରେ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ପ୍ରତିବାଦ କରି ଶୁକ୍ରବାର ଆନ୍ତର୍ଜାତିକ ମାନବାଧିକାର ପରିଷଦ, ଓଡ଼ିଶା ଶାଖା ତରଫରୁ ଏସ୍‌ପି ବି. ଯୁଗଳ କିଶୋର କୁମାରଙ୍କୁ ଉକ୍ତ ବିଷୟରେ ଅବଗତ କରାଯାଇଛି। ଦିବ୍ୟାଙ୍ଗଙ୍କୁ ସହାୟତା ଯୋଗାଇ ଦେବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଲିଖିତ ଦାବି କରାଯାଇଛି।
ଆନ୍ତର୍ଜାତିକ ମାନବାଧିକାର ପରିଷଦ ଓଡ଼ିଶା ଶାଖାର ରାଜ୍ୟ ସଭାପତି ସସ୍ମିତା ଦାସଙ୍କ କହିବାନୁସାରେ ୨ଜଣ ମାନସିକ ବିକୃତଙ୍କୁ ସ୍ଥାନୀୟ ଲୋକମାନେ ଜବରଦସ୍ତ ବିବାହ କରାଇ ବଜାରରେ ବୁଲାଇ ସେମାନଙ୍କ ଭିଡ଼ିଓ କରି ମଜା ଉଠାଇଥିଲେ। ଏହା ଏକ ନିନ୍ଦନୀୟ ଘଟଣା। ଭଦ୍ର ସମାଜରେ ଏହା ଏକ କୁଶ୍ଚିତ ମାନସିକତା ବୋଲି ଶାଖାର ସଦସ୍ୟମାନେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ରାଜ୍ୟ ସଭାପତିଙ୍କ ସହ ଉକ୍ତ ଶାଖାର ସଦସ୍ୟ ଉଷା ପାଢ଼ୀ, ନାରାୟଣ ବିଶ୍ୱାଳ, କୀର୍ତ୍ତିଚନ୍ଦ୍ର ଗାରାଡ଼ିଆ ଓ ମୋହନ ମହାରଣା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri