ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଛି। ଖବର ପାଇ ବାରିପଦା ସଦର ଏସ୍‌ଡିପିଓ କେପି ପଟ୍ଟନାୟକ ଓ ସଦର ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ପ୍ରକାଶ ଯେ, ଗ୍ରାମର ଶ୍ୟାମ ମାରାଣ୍ଡି ଜଣେ ମାନସିକ ବିକୃତ ବ୍ୟକ୍ତି। ତାଙ୍କର ୨ ସ୍ତ୍ରୀ ଫୁଲମଣି ଓ ସାଲଖୋ। ମଙ୍ଗଳବାର ବିଳମ୍ବିତ ରାତିରେ ଫୁଲମଣି ଓ ସାଲଖୋ ଭିନ୍ନ କୋଠରୀରେ ଶୋଇଥିବା ବେଳେ ଶ୍ୟାମ ଏକ ହାତୁଡି ଯୋଗେ ଉଭୟଙ୍କୁ ମାରି ହତ୍ୟା କରିଥିଲେ। ପରେ ଶ୍ୟାମ ଘର ସମ୍ମୁଖରେ ଥିବା ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏ ନେଇ ଶ୍ୟାମଙ୍କ ଶଳା ସୁନାରାମ ମୁର୍ମୁ ବୁଧବାର ସକାଳେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ କେସ୍‌ (ନଂ. ୪୮/୧୯)ରେ ମାମଲା ରୁଜୁକରି ତଦନ୍ତ କରୁଥିବା ଏସ୍‌ଡିପିଓ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ଦେଖିବାକୁ ଯିିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…

ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ…

କଳିଯୁଗ ଶେଷକୁ ନେଇ ସତ ହେଉଛି କି ମାଳିକାର ଭବିଷ୍ୟବାଣୀ? ଜଗନ୍ନାଥ ମନ୍ଦିରର ଏହି ସଙ୍କେତ ବଢାଇଲା ଚିନ୍ତା!

ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଅନେକ ସ୍ଥାନରେ ଉଲ୍ଲେଖ ରହିଛି ଯେ କଳିଯୁଗର ଶେଷରେ ଭଗବାନ ଜଗନ୍ନାଥ ‘କଲ୍କି ଅବତାର’ ରୂପରେ ପ୍ରକଟ ହେବେ ଏବଂ ପୁନର୍ବାର ‘ସତ୍ୟଯୁଗ’ର ସ୍ଥାପନା…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….

ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri