ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ ବୃଦ୍ଧା ମା’। ମୃତ ମହିଳା ହେଲେ ବୈଦେହୀ ସାହୁ (୭୨)। ଅଭିଯୁକ୍ତ ବିଷ୍ଣ ପ୍ରସାଦ ସାହୁଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ମିଳିଥିବା ସୂଚନା ଅନୁଯାୟୀ, ବୈଦେହୀ ଏବଂ ବିଷ୍ଣୁପ୍ରସାଦ ସୋମବାର ରାତିରେ ଖାଇସାରି ଗୋଟିଏ ଘରେ ଶୋଇଥିଲେ। ରାତି ପ୍ରାୟ ୩ଟା ବେଳେ ବିଷ୍ଣୁ ଘରୁ ବାହାରକୁ ପଳାଉଥିବା ଦେଖି ମା’ ଅଟକାଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ନିକଟରେ ପଡ଼ିଥିବା ଏକ ଠେଙ୍ଗାରେ ବିଷ୍ଣୁପ୍ରସାଦ ମା ବୈଦେହୀଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପାଟିତୁଣ୍ଡ ଶୁଣି ପାଖ ପଡ଼ୋଶୀ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରିବା ସହ ପୋଲିସକୁ ସୂଚନା ଦେଇଥିଲେ। ଥାନାଧିକାରୀ ପ୍ରମୋଦ କୁମାର ଲେଙ୍କା ସଦଳବଳ ପହଞ୍ଚତ୍ ତଦନ୍ତ କରିବା ସହ ଅଭିଯୁକ୍ତ ପୁଅକୁ ନିଜ ହେପାଜତକୁ ନେଇଥିଲେ।
ଏ ନେଇ ଥାନାଧିକାରୀ କୁହନ୍ତି, ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି। ତା’ଙ୍କ ମାନସିକ ଅବସ୍ଥାକୁ ଦେଖି ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri