କୋରୁକୋଣ୍ଡା,୩୦ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍ଡାଉନ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ପୋଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ାକଡ଼ି କରି ଯାଞ୍ଚ କରାଯାଉଛି। ତଥାପି ଲେକେ ବିନା ପାସ୍ରେ ଗୋଟିଏ ଜିଲାରୁ ଅନ୍ୟ ଜିଲାରେ ପ୍ରବେଶ କରୁଛନ୍ତି। ବୁଧବାର ମାଲକାନଗିରି ଜିଲା ବାଲିମେଳା ଏନ୍ଏସି ଅଞ୍ଚଳରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି। ବିନା ପାସ୍ରେ ଜଣେ ଯୁବକ ସୁଦୂର ବାଲେଶରରୁ ଆସି ମାଲକାନଗିରି ଜିଲା ବାଲିମେଳାରେ ପହଞ୍ଚତ୍ଛନ୍ତି। ଖବର ପାଇ ସ୍ଥାନୀୟ ପ୍ରଶାସନ ତାଙ୍କୁ ଆଣି ସଙ୍ଗରୋଧରେ ରଖିଛି। ଏହି ଯୁବକ ଜଣକ ବାଲିମେଳା ଏନ୍ଏସି ଅଧୀନ ୭ ନମ୍ବର ୱାର୍ଡର ଜଣେ ଶିକ୍ଷକଙ୍କ ଜ୍ୱାଇଁ ବୋଲି ଜଣାପଡ଼ିଛି। ଲକ୍ଡାଉନ ଘୋଷଣା ପୂର୍ବରୁ ସେ ନାଇଜେରିଆରୁ ନିଜ ଘର ବାଲେଶ୍ୱର ଫେରିଥିଲେ। ତେବେ ଲକ୍ଡାଉନକୁ ଖାତିର୍ ନ କରି ସେ ଏବେ ଶ୍ୱଶୁର ଘର ମାଲକାନଗିରି ଜିଲାକୁ ଆସିଛନ୍ତି। ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ବାଲେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାବେଳେ ଏହି ବ୍ୟକ୍ତି ବିନା ପାସ୍ରେ ଏଭଳି ଆସିବା ଏବେ ଅଞ୍ଚଳ ତଥା ଜିଲାବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ତେବେ ସେ ଶଶୁର ଘରକୁ ଯାଇ ସେଠାରେ ସମସ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ତେଣୁ ଶ୍ୱଶୁର ଘର ଲୋକଙ୍କୁ ମଧ୍ୟ ସଙ୍ଗରୋଧରେ ରଖିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମାଲକାନଗିରି View All
ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…
ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି
କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…
କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ
ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…
ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ
ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…
ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…
‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍
ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…
୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ
ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…
ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…
ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

