ମାନ୍ଦାବସ୍ଥା ସତ୍ତ୍ୱେ ନିୟନ୍ତ୍ରଣରେ ଦରଦାମ

ଫୁଲବାଣୀ ଅଫିସ, ୨୮ା୯-ଜିଲା ଭାଜପା ପକ୍ଷରୁ ଅର୍ଥନୀତି ମାନ୍ଦାବସ୍ଥା ଉପରେ ଏକ ଖବରଦାତା ସମ୍ମିଳନୀ ସ୍ଥାନୀୟ ସର୍କିଟ ହାଉସରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଭାଜପା ପ୍ରବକ୍ତା ଉର୍ମିଳା ମହାପାତ୍ର ଉପସ୍ଥିତ ରହି ଦେଶରେ ବର୍ତ୍ତମାନ ଅର୍ଥନୀତି ମାନ୍ଦାବସ୍ଥାରେ ଚାଲିଛି। ଏହାସତ୍ତ୍ୱେ ଦେଶରେ ଦରଦାମ ନିୟନ୍ତ୍ରଣରେ ରହିଛି ବୋଲି କହିଛନ୍ତି। ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି କେନ୍ଦ୍ରର ମୋଦି ସରକାର ଦୃଢ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଗାମୀ ୫ ବର୍ଷ ମଧ୍ୟରେ ଭାରତର ଅର୍ଥନୀତିକୁ ଅଭିବୃଦ୍ଧି କରି ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନେଇଛନ୍ତି। ଅର୍ଥନୀତିକୁ ଗତିଶୀଳ କରିବାକୁ ବଡ ଟିକସ ରିହାତି ଘୋଷଣା କରାଯାଇଛି। ଏହା ଫଳରେ ଦେଶରେ ୨୦ ହଜାର କୋଟି ଟଙ୍କାର ଗରିବ, ମଧ୍ୟବିତ୍ତ ଏବଂ ଉଚ୍ଚ ମଧ୍ୟବିତଙ୍କ ପାଇଁ ଗୃହଋଣ ଦେଶର ବଜାରକୁ ମଜବୁତ୍‌ କରିବ। ପରିବାରର ଦୈନନ୍ଦିନ ଆବଶ୍ୟକୀୟ ଦ୍ରବ୍ୟ ଡାଲି, ଚାଉଳ, ତେଲ ମୂଲ୍ୟ ସ୍ଥିର ରଖାଯାଇ ପାରିଛି। ଏସିଆ ମହାଦେଶରେ କମ୍ପାନୀମାନଙ୍କ ଉପରେ ସବୁଠାରୁ କମ୍‌ ଟିକସ ଲାଗୁ କରୁଥିବା ଦେଶ ଭାବେ ଭାରତ ଆଗକୁ ଆସିଛି। ସରକାର ରଷ୍ଟ୍ରାୟତ ବ୍ୟାଙ୍କମାନଙ୍କୁ ୭୦ ହଜାର କୋଟି ଟଙ୍କାର ପୁଞ୍ଜି ପ୍ରଦାନ ନିମନ୍ତେ ନିଷ୍ପତି ନେଇଛନ୍ତି। ଏହାଦ୍ୱାରା ଛୋଟ ବ୍ୟବସାୟୀଙ୍କଠାରୁ କର୍ପୋରେଟ କମ୍ପାନୀ ପର୍ଯ୍ୟନ୍ତ କମ ସୁଧରେ ଋଣ ସୁବିଧା ପାଇ ପାରିବେ। ଯାହାଦ୍ୱାରା ଅନେକ ଶିଳ୍ପ ଗଢି ଉଠିବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେଇ ପାରିବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାଜପା ଜିଲା ସଭାପତି ଲିଙ୍ଗରାଜ ଦଳବେହେରା, ରାଜ୍ୟନେତ୍ରୀ ପୂର୍ଣ୍ଣିମା ଦାସ, ବରିଷ୍ଠ ନେତା କମଳାକାନ୍ତ ପାଣ୍ଡେ, ଯୁବନେତା ଦେବନାରାୟଣ ପ୍ରଧାନ, ଜିଲା ସାଧାରଣ ସମ୍ପାଦକ ଭଗବାନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri