ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର ଅବକାରୀ ବିଭାଗ ହାତରେ ସମ୍ପୃକ୍ତ ଯୁବକ ଧରାପଡ଼ିବା ପରେ ଏହି ଘଟଣା ପଦାକୁ ଆସିଛି। ନିମାପଡ଼ା ବଜାରସ୍ଥ ଜୟଶ୍ରୀ ଛକ ନିକଟରେ ୨ଜଣ ଯୁବକ ଗ୍ରାହକଙ୍କୁ ବାଉନସୁଗାର ବିକ୍ରି କରୁଥିବା ସୂଚନା ପାଇ କଟକ ଗୋଇନ୍ଦା ଓ ପୁରୀ ଅବକାରୀ ବିଭାଗ ମିଳିତ ଭାବେ ଚଢାଉ କରିଥିଲେ। ସେଠାରୁ ପୁରୀ ଅଞ୍ଚଳର ଶାନ୍ତନୁ ଶେଖର ଦାସ ଓ ସତ୍ୟରଞ୍ଜନ ଦାସଙ୍କୁ ଗିରଫ କରିଥିଲେ। ସେମାନଙ୍କ ନିକଟରୁ ୨୪ଗ୍ରାମ ବ୍ରାଉନସୁଗାର, ଗୋଟିଏ ବାଇକ (ଓଡି ୧୩ବି-୨୬୨୧) ଜବତ ହୋଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨ଲକ୍ଷ ୪୦ହଜାର ଟଙ୍କା ହେବ ବୋଲି ଅବକାରୀ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଅଭିଯୁକ୍ତ ଶାନ୍ତନୁ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଶେଷ ବର୍ଷର ଛାତ୍ର ହୋଇଥିବା ବେଳେ ତାଙ୍କ ମା’ ନିମାପଡ଼ା ଥାନା ଏବଂ ବାପା ଡେଲାଙ୍ଗ ଥାନାରେ ଏସ୍‌ଆଇ ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏ ନେଇ ତଦନ୍ତକାରୀ ଅଧିକାରୀ ବନ୍ଦନା ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ନିମାପଡ଼ା ଅବକାରୀ ଥାନାରେ ଦଫା ୨୧ ବି କ୍ରମେ ଏକ ମାମଲା (ନଂ.୭୨/୧୯) ରୁଜୁ ହୋଇଛି। ଏହି ଚଢ଼ାଉ ବେଳେ ନିମାପଡ଼ା ଅବକାରୀ ଏସ୍‌.ଆଇ. ବନ୍ଦନା ପଟ୍ଟନାୟକ, ଜିତେନ୍ଦ୍ର ବେହେରା, ଏସ୍‌.କେ ଓ୍ବାରିସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri