ମାମଲା ନ କରିବାକୁ ଲାଞ୍ଚ: ଭିଜିଲାନ୍ସ ଜାଲରେ ରାମଗିରି ଫରେଷ୍ଟର

ବ୍ରହ୍ମପୁର ଅଫିସ/ରାମଗିରି,୧୫ା୧(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରି ବନଖଣ୍ଡ ଫରେଷ୍ଟର ଦିବାକର ଲେଙ୍କା ମଙ୍ଗଳବାର ଜଣେ କରତକଳ ମାଲିକଙ୍କ ନଁାରେ ମାମଲା ରୁଜୁ ନ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କର୍ମଚାରୀଙ୍କ ଦ୍ୱାରା ଧରାପଡି ଗିରଫ ହୋଇଛନ୍ତି। ଦିବାକରଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯିବା ସହ ତାଙ୍କୁ ମାମଲା ନମ୍ବର ୨/୨୦ରେ ଗିରଫ କରାଯାଇଛି ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ବୁଧବାର ଅଭିଯୁକ୍ତ ଫରେଷ୍ଟର ଦିବାକରଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସେ କହିଛନ୍ତି। ଏହା ସହିତ ଫରେଷ୍ଟରଙ୍କ ପୈତୃକ ବାସଭବନ ଗଜପତି ଜିଲା କାଶୀନଗର, ପାରଳାଖେମୁଣ୍ଡିରେ ଥିବା ଭଡାଘର, ରାମଗିରି କାର୍ଯ୍ୟାଳୟରେ ଭିଜିଲାନ୍ସ କର୍ମଚାରୀମାନେ ଏବେ ଚଢାଉ ଜାରି ରଖିଛନ୍ତି ବୋଲି ଏସ୍‌ପି ସ୍ବାଇଁ କହିଛନ୍ତି।
ଘଟଣାରୁ ପ୍ରକାଶ, ରାମଗିରି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର କୃଷ୍ଣ ଚନ୍ଦ୍ର କାର୍ଜୀ ତାଙ୍କ ଜମିରେ ତିତ୍‌ଲି ସମୟରୁ ଭାଙ୍ଗି ପଡିଥିବା ଗଛଗୁଡିକୁ ଏକ କରତ ସାହାଯ୍ୟରେ କାଟୁଥିଲେ। ଏହି ଖବର ପାଇ ଫରେଷ୍ଟର ଦିବାକର ଘଟଣା ସ୍ଥଳରେ ପହଞ୍ଚି କରତ ଜବତ କରିଥିଲେ। ପରେ କୃଷ୍ଣଚନ୍ଦ୍ରଙ୍କୁ ଅଫିସକୁ ଆସିଦେଖା କରିବା ପାଇଁ କହିଥିଲେ। ପରେ କୃଷ୍ଣଚନ୍ଦ୍ର ରାମଗିରି ଫରେଷ୍ଟ ଅଫିସ ଯାଇ ଦିବାକରଙ୍କୁ କରତ ଫେରାଇ ଦେବାକୁ କହିଥିଲେ। ତେବେ ଫରେଷ୍ଟର ଏନେଇ ମାମଲା ନ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ପରେ କୃଷ୍ଣଚନ୍ଦ୍ର ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ମଙ୍ଗଳବାର କୃଷ୍ଣଚନ୍ଦ୍ର ରାମଗିରି ଫରେଷ୍ଟ ଅଫିସ ଯାଇ ଦିବାକରଙ୍କୁ ତାଙ୍କ କାର୍ଯ୍ୟାଳୟରେ ୫ ହଜାର ଟଙ୍କା ଦେଇଥିଲେ। ସେ ଉକ୍ତ ଟଙ୍କା ପକେଟରେ ରଖିଥିଲେ। ସେଠାରେ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଚଢାଉ କରି ଲାଞ୍ଚ ଟଙ୍କା ସହ ଫରେଷ୍ଟର ଦିବାକରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri