ମା’ମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ; ମହିଳାମାନଙ୍କୁ ଗ୍ୟାସ ବଣ୍ଟନ

ନୂଆପଡା ଅଫିସ,୧୫ା୮: ମାତୃଶକ୍ତି ମହାନ ଶକ୍ତି । ମା’ମାନେ ସଶକ୍ତ ହେଲେ ଦେଶ ଆଗକୁ ଯିବ ବୋଲି ମତପ୍ରକାଶ ପାଇଛି । ସ୍ଥାନୀୟ ସାରାବଙ୍ଗ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ପ୍ରଦାନ ସହ ଉଜ୍ଜ୍ୱଳା ଯୋଜନାରୁ ମହିଳାଙ୍କୁ ଗ୍ୟାସ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ କଳାହାଣ୍ଡି ଏମପି ବସନ୍ତ କୁମାର ପଣ୍ଡା ବକ୍ତବ୍ୟରେ ଏହା କହିଥିଲେ।
ବୁଧବାର ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ସରପଞ୍ଚ ଭରତଲାଲ ରାଉତ ସଭାପତିତ୍ୱ କରିଥିବାବେଳେ ଏମ୍‌ପି ପଣ୍ଡା ମୁଖ୍ୟଅତିଥି, ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ବିଡିଓ ସୁନୀଲ କୁମାର କେର୍କେଟା, ସମିତି ସଭ୍ୟ ମନୁଲାଲ ରାଉତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ପଞ୍ଚାୟତରେ ବିଭିନ୍ନ ଗାଁରୁ ଶତାଧିକ ମହିଳାପୁରୁଷମାନେ ଯୋଗଦେଇଥିଲେ। ଏହି ଅବସରରେ ଅତିଥିମାନେ ଲୋକଙ୍କୁ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସଚେତନ ହେବାକୁ ପରାମର୍ଶ ଦେଇଥିଲେ। ସରକାର ପଞ୍ଚାୟତଗୁଡିକର ଉନ୍ନତି ସକାଶେ ବିଭିନ୍ନ ଯୋଜନାରେ ସାମିଲ କରିଛନ୍ତି । ଏହି ଜରିଆରେ ଲୋକେ ଉଚିତ ଶାସନ ବ୍ୟବସ୍ଥା ପାଇପାରିବେ । ତେଣୁ କରି ନିଜର ଅଧିକାର ପ୍ରତି ସଜାଗ ହେବାକୁ ଅତିଥିମାନେ କହିଥିଲେ। ମା’ମାନଙ୍କ ବିକାଶ ସକାଶେ ମୁଖ୍ୟଅତିଥି ପଣ୍ଡା ଗୁରୁତ୍ୱାରୋପ କରିଥିଲେ। ମା’ମାନେ ଆଗେଇଲେ ଦେଶ ଆଗେଇବ ବୋଲି କହିଥିଲେ। ଏହି ଅବସରରେ ପଞ୍ଚାୟତର ମୋଟ ୬୫ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ଏଥିସହିତ ଉଜ୍ଜ୍ୱଳ ଯୋଜନାରେ ୧୫ଜଣ ମହିଳାଙ୍କୁ ମୁକ୍ତ ଗ୍ୟାସ ସଂଯୋଗ ସକାଶେ କିଟ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସରପଞ୍ଚ ଭରତଲାଲ ରାଉତ ପରିଚାଳନା କରିଥିବାବେଳେ ପଞ୍ଚାୟତ ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ସ୍ବତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସ୍ବତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri