ମାରୁତି ଆସନ୍ତାବର୍ଷ ଏପ୍ରିଲରୁ ବିକିବନି ଡିଜେଲ କାର୍‌

ନୂଆଦିଲ୍ଲୀ,୨୫-୪: ଦେଶର ସର୍ବବୃହତ କାର୍‌ ନିର୍ମାତା କମ୍ପାନୀ ମାରୁତି ସୁଜୁକି ଆସନ୍ତାବର୍ଷ ଏପ୍ରିଲ ପହିଲାରୁ ଡିଜେଲ ଇଞ୍ଜିନ କାର୍‌ ଉତ୍ପାଦନ ବନ୍ଦ କରିଦେବ। ବର୍ତ୍ତମାନ କମ୍ପାନୀ ୨୩% ଡିଜେଲ ଇଞ୍ଜିନ କାର ବିକୁଛି। ଉଲ୍ଲେଖଥାଉ କି, ୨୦୨୦ ଏପ୍ରିଲରୁ ବିଏସ୍‌ ୬ ନିୟମ ଲାଗୁ ହେବାକୁ ଯାଉଛି। ବାୟୁ ପ୍ରଦୂଷଣକୁ ହ୍ରାସ କରିବା ନେଇ ଏହି ମାନଦଣ୍ଡ ଧାର୍ଯ୍ୟ ହୋଇଛି। କମ୍ପାନୀ ଅଧ୍ୟକ୍ଷ ଆର୍‌.ସି.ଭାର୍ଗବ କହିଛନ୍ତି ଯେ, ଅଧିକ ଚାହିଦା ହେଲେ କମ୍ପାନୀ ୧୫୦୦ସିସିର ଡିଜେଲ ଇଞ୍ଜିନଯୁକ୍ତ କାର୍‌ ତିଆରି କରିବ। ତେବେ ଏସମ୍ପର୍କରେ ସେତେବେଳେ ନିଷ୍ପତ୍ତି ନିଆଯିବ। ସୂଚନାଯୋଗ୍ୟ ଯେ, ମାରୁତିର ନୂଆ କାର୍‌ ବିଏସ୍‌ ୬ ଇଞ୍ଜିନ ସହିତ ବଜାରକୁ ଆସୁଛି। ନିକଟରେ ଏହା ବିଏସ୍‌ ୬ ଇଞ୍ଜିନଯୁକ୍ତ ବଲେନୋ ଲଞ୍ଚ କରିଛି। ଆଗାମୀ ଦିନରେ ବିଏସ୍‌ ୬ର ଅଲ୍‌ଟୋ ବଜାରକୁ ଆସିଯିବ। ଏହି ମାନଦଣ୍ଡ ସହିତ ତାଳ ଦେଇ ଡିଜେଲ ଇଞ୍ଜିନକୁ ନବୀକରଣ କରିବା ମହଙ୍ଗା ହେଉଥିବାରୁ କମ୍ପାନୀ ଏହାର ଉତ୍ପାଦନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ବୋଲି ଯୁକ୍ତି ଦର୍ଶାଯାଉଛି। ବିଏସ୍‌ ୬ ଇଞ୍ଜିନର ପେଟ୍ରୋଲ ଓ ସିଏନ୍‌ଜି କାର୍‌ ଉପଲବ୍ଧ ହେବ ବୋଲି ଭାର୍ଗବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri