ମାର୍କେଟ ବିଲ୍ଡିଂ ଘଟଣା: ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ୫ ସହଯୋଗୀ ହେଲେ ବ୍ରିଟ୍‌ କଲେନୀର ସାଇପ୍ରୀତମ ପଟ୍ଟନାୟକ ଓରଫ ପ୍ରୀତମ୍‌(୧୯), ରସୁଲଗଡ଼ ଚଣ୍ଡୀମାତା କଲୋନୀର ଉଦିତ୍‌ ନାରାୟଣ ପ୍ରଧାନ ଓରଫ କାହ୍ନା(୨୧), ଧଉଳି ବିଜୟବିହାରର ପଙ୍କଜ ରାଜ ଓରଫ ବାପି(୩୩), ପୁରୁଣା ଭୁବନେଶ୍ୱରର ସ୍ମୃତିସାଗର ମହାପାତ୍ର ଓରଫ ପିନୁ(୩୪) ଓ ବିଜେବିନଗରର ସୁରଜ ସାହା ଓରଫ ସୁରଜ(୧୯)। ଘଟଣାକୁ ନେଇ କେସ୍‌ ନଂ-୧୬/୨୦ ରୁଜୁ ହୋଇଛି। ପୋଲିସ ଆଇପିସି ଦଫା ୧୪୭, ୩୪୧, ୩୨୩, ୩୨୪, ୩୨୫, ୨୯୪, ୩୮୬, ୩୦୭, ୩୯୫, ୪୨୭, ୫୦୬, ୧୪୮, ୧୪୯ ଏବଂ ଆର୍ମ ଆକ୍ଟ ଅନୁଯାୟୀ ପୋଲିସ ୬ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ଘଟଣାରେ ପୋଲିସ ମୋଟ ୨୯ଜଣଙ୍କୁ ଧରିଥିବାବେଳେ ସେମାନଙ୍କ ମଧ୍ୟରେ ୧୬ଜଣ ନାବାଳକ ରହିଛନ୍ତି।
ଅନ୍ୟପକ୍ଷରେ ଏକାଧିକ ଅଭିଯୁକ୍ତ ଫେରାର ଅଛନ୍ତି। କିନ୍ତୁ ସେମାନେ ପୋଲିସ ଉପସ୍ଥିତିରେ ଖଟି କରୁଥିବାବେଳେ ସେମାନଙ୍କୁ ଗିରଫ କରାଯାଉନାହିଁ। ଏହାକୁ କିନ୍ତୁ ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ ଖଣ୍ଡନ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟା ହେଲେ ଅଭିଯୁକ୍ତମାନେ ୟୁନିଟ୍‌-୨ ବାଳିକା ହାଇସ୍କୁଲ ନିକଟ ଚିଲଡ୍ରେନ୍‌ ପାର୍କରେ ଖଟି କରୁଛନ୍ତି। ଏପରିକି ସେଠାରେ ଆପରାଧିକ କାର୍ଯ୍ୟ ପାଇଁ ଯୋଜନା ପ୍ରସ୍ତୁତ ହେଉଛି। ଏସବୁ ପୋଲିସ ନାକତଳେ ଚାଲୁଥିଲେ ମଧ୍ୟ ତାହା କିଭଳି ଜାଣିପାରୁନାହିଁ ବୋଲି ଅଞ୍ଚଳବାସୀ ପ୍ରଶ୍ନ କରିଛନ୍ତି। ସେହିପରି ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁଙ୍କ ରାଜନୈତିକ ଲିଙ୍କ୍‌ ପଦାକୁ ଆସିଛି। ସେ ଏକ ନିର୍ଦ୍ଦିିଷ୍ଟ ରାଜନୈତିକ ଦଳର ନେତାଙ୍କ ସହ ମିଳାମିଶା କରିବା ସହ ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଜଣାପଡିଛି। ଫଳରେ ଚିଣ୍ଟୁ ଭାଇଗିରି ଦେଖାଇବା ପାଇଁ ସ୍କୁଲ ପିଲାଙ୍କୁ ଟଙ୍କା ଏବଂ ଭୋଜି ଦେଇ ଏଭଳି କାରନାମା କରିଥିବା ଜଣାପଡିଛି।
ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି ଯେ, ମାର୍କେଟ ବିଲ୍ଡିଂ କେଶରୀ ମଲ୍‌ ଆଗରେ ଧନଞ୍ଜୟ କୁମାରଙ୍କ ଘଣ୍ଟା ଦୋକାନ ରହିଛି। ସେଠାରେ ନୀତିଶ୍‌ କୁମାର ନାମକ ଜଣେ ଯୁବକ କାର୍ଯ୍ୟ କରନ୍ତି। ଗତ ୯ ତାରିଖ ରାତି ୯ଟାରେ ଜଣେ ଯୁବତୀ ଘଣ୍ଟା ନେବା ପାଇଁ ସେଠାକୁ ଯାଇଥିଲେ। ଘଣ୍ଟାର ଦାମ୍‌କୁ ନେଇ ନୀତିଶ୍‌ଙ୍କ ସହିତ ଯୁବତୀଙ୍କର ବଚସା ହୋଇଥିଲା। ଏହାପରେ ଯୁବତୀ ଜଣକ ତାଙ୍କ ଭାଇକୁ ଫୋନ୍‌ କରି ଜଣାଇଥିଲେ। ଫଳରେ ଗଣ୍ଡଗୋଳ ହେବା ସହ ଉଭୟ ପକ୍ଷ ଥାନାକୁ ଯାଇଥିଲେ। ପରଦିନ ଅର୍ଥାତ୍‌ ଗତ ୧୦ ତାରିଖ ଯୁବତୀଙ୍କ ଭାଇ ଚିଣ୍ଟୁଙ୍କ ସହଯୋଗ ନେଇଥିଲେ। ଫଳରେ ଚିଣ୍ଟୁ ଓ ତାଙ୍କର କେତେଜଣ ସହଯୋଗୀ ପ୍ରାୟ ୩୮ ପିଲାଙ୍କୁ ଧରି ଖଣ୍ଡା, ଲୁହାରଡ଼, ବନ୍ଧୁକ ସହ ସନ୍ଧ୍ୟା ୭ଟାରେ ମାର୍କେଟ ବିଲ୍ଡିଂରେ ପହଞ୍ଚତ୍ଥିଲେ। ଦେଖୁ ଦେଖୁ ସେମାନେ ପ୍ରାୟ ୪୦ ଉଠା ଦୋକାନରେ ଭଙ୍ଗାରୁଜା କରିବା ସହ ଗ୍ରାହକ, ବ୍ୟବସାୟୀ ଯିଏ ଆଗରେ ପଡ଼ିଲେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଶିବନାଥ ରାୟ, ରାଜେଶ ଦାଶ, ସମେନ୍ଦ୍ର ଶାହା, କୃଷ୍ଣା ରାଉତରାୟ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri