ମାର୍ଚ୍ଚ ସୁଦ୍ଧା ରାଜ୍ୟର ୪୭ ଖଣି ନିଲାମ ହେବ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କୁ ଖଣି ଚିନ୍ତା ଘାରିଲାଣି। ଆଉ ବର୍ଷକ ମଧ୍ୟରେ ୨୪ଟି ଖଣିର ଲିଜ ଅବଧି ଶେଷ ହୋଇଯିବ। ଶିଳ୍ପଗୁଡ଼ିକୁ କଞ୍ଚାମାଲ ମିଳିବା ନେଇ ସମସ୍ୟା ଦେଖାଦେଇପାରେ। ଖଣି ନିଲାମ ତ୍ୱରାନ୍ବିତ ନ ହେଲେ ପରିସ୍ଥିତି ଅସମ୍ଭାଳ ହେବ। ରାଜ୍ୟ ସରକାର ୪୭ଟି ଖଣିର ନିଲାମ କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମଙ୍ଗଳବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ମନ୍ତ୍ରୀ କହିଛନ୍ତି ଯେ, ନିଲାମ ପାଇଁ ୭ଟି ଖଣିକୁ ଏସ୍‌ବିଆଇ କ୍ୟାପିଟାଲ ମାର୍କେଟସ୍‌ ଲିମିଟେଡ ସହ ଅନୁବନ୍ଧିତ କରାଯାଇଛି। ଆସନ୍ତା ମାର୍ଚ୍ଚମାସ ପୂର୍ବରୁ ଆଉ ୪୦ଟି ଖଣିର ନିଲାମ କରାଯିବ। ଯେଉଁ ୨୪ଟି ଖଣିର ଲିଜ୍‌ ସମୟ ସୀମା ଆସନ୍ତା ମାର୍ଚ୍ଚ ୨୦୨୦ ସୁଦ୍ଧା ଶେଷ ହେଉଛି, ସେ ସବୁକୁ ମିଶାଇ ନିଲାମ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri