ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଢେଙ୍କାନାଳ ଅଫିସ, ୫।୨- ଢେଙ୍କାନାଳ ସର୍କିଟ୍‌ ହାଉସ୍‌ ପରିସରରେ ମଙ୍ଗଳବାର ଓଡ଼ିଶା ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୧୦ ପକ୍ଷରୁ ଜିଲା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଶକ୍ତି ଏବଂ ଅବକାରୀ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କମିଟି ଅଧ୍ୟକ୍ଷ ବିଧାୟକ ସୁବ୍ରତ ତରାଇ, ସଦସ୍ୟ ବିଧାୟକ ମୌଷଧି ବାଗ୍‌ ଏହି ଗସ୍ତରେ ଆସିଥିଲେ। ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ ଉପସ୍ଥିତ ରହି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଜିଲାରେ ବିଦ୍ୟୁତ୍‌ ଯୋଗାଣକୁ ଗୁଣାତ୍ମକ କରିବା ଜରୁରୀ ହୋଇପଡ଼ିଛି। ମାର୍ଚ୍ଚ ସୁଦ୍ଧା ସବୁ ଗଁାକୁ ଯେପରି ବିଦ୍ୟୁତ୍‌ ସଂଯୋଗ ସମ୍ପୂର୍ଣ୍ଣ ହେବ ଏବଂ ଏହି କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ କମିଟି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲାର ୭୭୩ ଗ୍ରାମ ମଧ୍ୟରୁ ୬୨୩ ଗ୍ରାମରେ ବିଦ୍ୟୁତ୍‌ ସଂଯୋଗ ଉପଲବ୍ଧ ଥିବା ସେସୁ ପକ୍ଷରୁ ସୂଚନା ଦିଆଯାଇଛି। ଆଗକୁ ମାଟ୍ରିକ୍‌ ପରୀକ୍ଷା ଥିବାରୁ ବିଦ୍ୟୁତ୍‌ କାଟ କମାଇବା, ଏଲିଫ୍ୟାଣ୍ଟ କରିଡରରେ ବିପଦସଙ୍କୁଳ ତାର ଚିହ୍ନଟ କରି ମରାମତି କରିବା, ବିଦ୍ୟୁତ୍‌ ଆଘାତ ଜନିତ ଦୁର୍ଘଟଣା ଯଥାସମ୍ଭବ ହ୍ରାସ କରିବା ଦିଗରେ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀଙ୍କୁ ପରାମର୍ଶ ଦିଆଯାଇଛି। ଏ ସଂକ୍ରାନ୍ତରେ ୧୫ଦିନ ମଧ୍ୟରେ ଏକ ସମୀକ୍ଷା କରି ରିପୋର୍ଟ ଦେବାକୁ କମିଟି ଅଧ୍ୟକ୍ଷ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆ ଗ୍ରୀଡ୍‌ ପ୍ରତିଷ୍ଠା ଏବଂ ଅଧିକ ଟ୍ରାନ୍ସଫର୍ମର ଆବଶ୍ୟକ ହେଲେ କମିଟିକୁ ଜଣାଇବା ପାଇଁ କୁହାଯାଇଛି।
ରାଜସ୍ବ ବିଭାଗର ସମୀକ୍ଷା ସମୟରେ ଜିଲାର ରାଜସ୍ବ ବୃଦ୍ଧି କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଜାତୀୟ ରାଜପଥ ସମ୍ପ୍ରସାରଣ, ଶିଳ୍ପ ପ୍ରତିଷ୍ଠା ସମୟରେ ଶତ ପ୍ରତିଶତ କ୍ଷତିଗ୍ରସ୍ତଙ୍କୁ ଆବଶ୍ୟକ କ୍ଷତିପୂରଣ ପ୍ରଦାନ କରିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ଜମି ପଟ୍ଟା ପ୍ରଦାନ, ଖଣି ଖାଦାନ କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରଖିବା, ବେଆଇନ ଖନନ, ଚୋରା କାରବାର ରୋକିବା, ଚୋରା ନିଶା, ଡ୍ରଗ୍ସ ବେପାର ଉପରେ ଅଙ୍କୁଶ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲାରେ ବିଷାକ୍ତ ମଦ୍ୟପାନ କରି ଯେପରି କେହି ମୃତ୍ୟୁମୁଖରେ ନ ପଡ଼ନ୍ତି ସେ ଦିଗରେ ଦୃଷ୍ଟି ଦେବାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri