Posted inଜାତୀୟ

ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ୪ ଦୋଷୀ

ନୂଆଦିଲ୍ଲୀ,୫।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ମୃତ୍ୟୁର ନୂଆଦିନ ସ୍ଥିର କରାଯାଇଛି। ପଟିଆଲା ହାଉସ କୋର୍ଟ ପକ୍ଷରୁ ଗୁରୁବାର ଦୋଷୀଙ୍କ ଫାଶୀ ଲାଗି ଚତୁର୍ଥ ଥର ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଏମାନଙ୍କୁ ଫାଶୀ ଦିଆଯିବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ତିହାର ଜେଲ ପରିସରରେ ଏମାନଙ୍କୁ ଫାଶୀ ଦେବାର ବ୍ୟବସ୍ଥା କରାଯାଇଛି। ତେବେ ଶୁଣାଣି ବେଳେ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ କହିଛନ୍ତି ଏ ବିଷୟରେ ସେ କେବଳ ଗଣମାଧ୍ୟମଠାରୁ ଯାହା ଶୁଣୁଛନ୍ତି। କୋର୍ଟ ପକ୍ଷରୁ ତାଙ୍କୁ କୌଣସି ନୋଟିସ ଦିଆଯାଇ ନ ଥିବା ସେ କହିଛନ୍ତି। ତେବେ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ପବନଙ୍କ କ୍ଷମା ଆବେଦନ ଖାରଜ ହେବା ପରେ ସେ ଏହାକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥାଆନ୍ତେ ବୋଲି କହିଛନ୍ତି। ଏ ସମ୍ପର୍କରେ ସେ ପବନଙ୍କ ସହ ସାକ୍ଷାତ୍‌ କରିବା ଜରୁରୀ ଥିବା ବେଳେ ଏପର୍ଯ୍ୟନ୍ତ ତାଙ୍କର ସାକ୍ଷାତ୍‌ ହୋଇ ନ ଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୨ରେ ରାଜଧାନୀ ଦିଲ୍ଲୀରେ ପାରାମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଗଣବଳାତ୍କାର କରାଯିବାର ଦୀର୍ଘ ୭ ବର୍ଷ ପରେ ଦୋଷୀ ପବନ ଗୁପ୍ତା, ଅକ୍ଷୟ ଠାକୁର, ମୁକେଶ ସିଂ ଓ ବିନୟ ଶର୍ମାଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri