ମାଲକାନଗିରିରେ ଅନେକ କୋଲ୍‌କାତା ଫେରନ୍ତା: ବିଭିନ୍ନ ସ୍ଥାନରେ ଚଢ଼ାଉ

ମାଲକାନଗିରି,୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ କୋଲ୍‌କାତା ଫେରନ୍ତାଙ୍କୁ ନେଇ ଏବେ ଜିଲାବାସୀଙ୍କୁ ଭୟ ଘାରିଛି। ସେଠାରୁ ଆସିଥିବା ଅନେକ ଲୋକ ଏବେ ମାଲକାନଗିରିରେ ଲୁଚି ରହିଥିବା ଜିଲା ପ୍ରଶାସନ ଖବର ପାଇଛି। ୪୨ ଜଣ କୋଲ୍‌କାତା ଫେରନ୍ତା ଜିଲାରେ ପ୍ରବେଶ କରିଥିବା ବିଏସ୍‌ଏନ୍‌ଏଲ୍‌ ଟାଓ୍ବାର ସୂତ୍ରରୁ ଜଣାପଡ଼ିଛି। ତେବେ ୨୬ ଜଣ ଲକ୍‌ଡାଉନ ପୂର୍ବରୁ ଜିଲାକୁ ଆସିଥିବାବେଳେ ସେମାନେ ଏ ନେଇ ପ୍ରଶାସନକୁ ଅବଗତ କରାଇବା ସହ ଡାକ୍ତରଖାନାକୁ ଯାଇ ନିଜ ନାମ ପଞ୍ଜୀକରଣ ଓ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି। ଏମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ତେବେ ଅନ୍ୟମାନଙ୍କୁ ଠାବ କରିବା ପାଇଁ ଗୁରୁବାର ରାତିରେ ତହସିଲଦାର ଗୁଣନିଧି ନାୟକ, ଥାନା ଆଇଆଇସି ରାମପ୍ରସାଦ ନାଗ, ମାଲକାନଗିରି ବ୍ଲକ୍‌ ଅଧିକାରୀ ଏବଂ ପୋଲିସ ଟିମ୍‌ ସଦରସ୍ଥିତ ୨ଟି ଲଜ୍‌ ଉପରେ ଚଢ଼ାଉ କରିଥିଲେ। କିନ୍ତୁ ସେଠାରେ କେହି ନ ଥିବା ତହସିଲଦାର ସୂଚନା ଦେଇଛନ୍ତି। ତେବେ ବିଭିନ୍ନ ସ୍ଥାନ ଚଢ଼ାଉ କରାଯାଇ ଏମାନଙ୍କୁ ଠାବ କରାଯିବ ବୋଲି ଆଇଆଇସି ନାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri