ମାଲକାନଗିରିରେ ଭୂକମ୍ପ, ଜିଲାବାସୀ ଆତଙ୍କିତ

ମାାଲକାନଗିରି, ୨୧।୩(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ଭୂତାଣୁ ରୋଗ ସମ୍ବନ୍ଧରେ ରାଜ୍ୟବାସୀ ଆତଙ୍କିତ ଥିବା ବେଳେ ଶନିବାର ମାଲକାନଗିରି ଜିଲାରେ ମୃଦୁ ଭୂକମ୍ପ ଅନୁଭୁତ ହୋଇଛି। ଏହାକୁ ନେଇ ଜିଲାବାସୀଙ୍କ ମନରେ ଭୟର ବାତାବରଣ ଖେଳିଯାଇଛି। ପୂର୍ବାହ୍ନ ୧୧.୧୫ ମିନିଟ୍‌ ସମୟରେ ଭୂକମ୍ପ ପ୍ରଭାବରେ ମାଲକାନଗିରି ସଦର ମହକୁମା ଆଇ.ଟି.ଡିଏ., ଥାନା ଏବଂ କେତେକ ଘରର କାନ୍ଥ ଫାଟିଥିବା ଦେଖିବାକୁ ମିଳିଛି। ଭୂକମ୍ପ ଅନଭୂତ ହେବାରୁ ଅନେକ ବ୍ୟକ୍ତି ଘର ଛାଡି ପରିବାରଙ୍କ ସହ ପଦାକୁ ପଳାଇ ଆସିଥିଲେ। ମାଲକାନଗିରି ସହର ବ୍ୟତୀତ ସୀମାନ୍ତ ଛତିଶଗଡ, ଚଲାଣଗୁଡା, ପଦ୍ମଗିରି, ପାଣ୍ଡ୍ରିପାଣି, ମାଥିଲି ଗୋବିନ୍ଦପାଲ୍ଲୀ, ଖଇରପୁଟ, କୁଡୁମୁଲୁଗୁମ୍ମା, କୋରୁକୋଣ୍ଡା ଅଞ୍ଚଳରେ ଭୂକମ୍ପର ପ୍ରଭାବ ଦେଖିବାକୁ ମିଳିଛ। ଏହି ଭୂକମ୍ପ ମାତ୍ର ୨ ସେକେଣ୍ଡ ପାଇଁ ଅନଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଥିଲା। ତେବେ ପୁନର୍ବାର ଭୂକମ୍ପ ଆଶଙ୍କାକୁ ନେଇ ଜିଲାବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri