ମାଲକାନଗିରିରେ ଲୁଣ ମିଳୁ ନ ଥିବା ଗୁଜବ: ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କଲା ପ୍ରଶାସନ; ଦୋକାନୀଙ୍କୁ କରାଗଲା ତାଗିଦ

କୋରୁକୋଣ୍ଡା, ୨୨।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ଲୁଣ ପରି ଅତି ଆବଶ୍ୟକୀୟ ସାମଗ୍ରୀର ଅଭାବ ଥିବା ଗୁଜବ ସୃଷ୍ଟି ହୋଇଛି। ଏହାକୁ ନେଇ ଲୁଣର କଳାବଜାରୀ ସହ ଦରବୃଦ୍ଧି କରି ବିକି ବ୍ୟବସାୟୀ ମାଲାମାଲ ହେଉଛନ୍ତି। ଏ ନେଇ ଅଭିଯୋଗ ପରେ ଜିଲାର କୋରୁକୋଣ୍ଡା ବ୍ଲକ ବିଡିଓ ଦାଶରଥି ସରାବୁଙ୍କ ନିର୍ଦ୍ଦେଶକ୍ରମେ ବ୍ଲକ ଯୋଗାଣ ନିରୀକ୍ଷକ ବ୍ୟୋମକେଶ ମାଝୀ ବ୍ଲକ ୧୨ଟି ପଞ୍ଚାୟତ ଏବଂ ବାଲିମେଳା ଏନ୍‌ଏସି ବୁଲି ଦେଖିଛନ୍ତି। ସେହିଭଳି ଡାକବାଜି ଯନ୍ତ୍ର ମାଧ୍ୟମରେ ଜିଲାରେ ଲୁଣର ଅଭାବ ଥିବା ଗୁଜବକୁ ମିଥ୍ୟା ଓ ଆବଶ୍ୟକ ପରିମାଣର ଲୁଣ ମହୁଜୁଦ ଥବା କହିଛନ୍ତି। ଏଣୁ ଆବଶ୍ୟକତା ଅନୁଯାୟୀ ଲୁଣ କିଣିବା ଆବଶ୍ୟକ। ଅଯଥା ଲୁଣ ଘରେ ମହଜୁଦ ନ ରଖିବା ନିମନ୍ତେ ଜନସାଧାରଣଙ୍କୁ ଅବଗତ କରାଯାଇଛି। ସମସ୍ତ ଦୋକାନରେ ଖୁଚୁରା ଲୁଣ କିଲୋ ପ୍ରତି ୧୦ଟଙ୍କା ଓ ପାଇକାରିରେ ଲୁଣ କିଲୋ ପିଛା ୮.୪୦ ଟଙ୍କା ଧାର୍ଯ୍ୟ କରାଯାଇ ପ୍ରତି ଦୋକାନ ସମ୍ମୁଖରେ ଲୁଣର ମୂଲ୍ୟ ସାରଣୀ କରି ଲେଖିବା ସହ ଦୋକାନ ମାଲିକଙ୍କୁ କଳାବଜାରି ନ କରିବା ନିମନ୍ତେ ତାଗିଦ କରାଯାଇଛି। ଏହି ନିୟମକୁ ଖିଲାପ କଲେ କିମ୍ବା ଯେକୌଣସି ଅତି ଆବଶ୍ୟକୀୟ ସାମଗ୍ରୀର କଳାବଜାରି ହେଉଥିବା ଜଣାପଡିଲେ ଦୋକାନୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ଲକ ଯୋଗାଣ ନିରୀକ୍ଷକ ମାଝୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri