ମାଲକାନଗିରି: କେନ୍ଦୁପତ୍ରକୁ ଭୟ ଫନୀ

ମାଲକାନଗିରି,୧।୫ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ଦୁଇସପ୍ତାହ ହେଲା ସରକାରୀ ଏବଂ ବେସରକାରୀ ସଂସ୍ଥା ଗୁଡିକ ବିଭିନ୍ନ ଅଞ୍ଚଳରୁ କେନ୍ଦୁପତ୍ର ସଂଗ୍ରହ କରିଛନ୍ତି। ବର୍ତ୍ତମାନ ପ୍ରାୟ ୭୦ ପ୍ରତିଶତ କେନ୍ଦୁପତ୍ର ବିଭିନ୍ନ ଫଡିରେ ଖରିଦ କରାଯାଇ ଶୁଖାଯାଇଛି। ଏହି ସମୟରେ ବାତ୍ୟା ଫନୀ ଆସିବା  ସୂଚନା ମିଳିବା ପରେ ଫଡିଗୁଡିକରେ ପଡିଥିବା କେନ୍ଦୁପତ୍ରଗୁଡିକ ତୁରନ୍ତ ଗୋଦାମକୁ ଅଣା ନ ଗଲେ ବର୍ଷା ଯୋଗୁ କେନ୍ଦୁପତ୍ର ନଷ୍ଟ ହେବ।  ଚଳିତବର୍ଷ ଗୋଦାମ ଅଭାବରୁ ଅଧିକ କେନ୍ଦୁପତ୍ର ଖରିଦ ନ କରିବା ପାଇଁ ବନବିଭାଗ ନିଷ୍ପତ୍ତି ନେଇଛି। କାରଣ ଗତବର୍ଷ ଖରିଦ ହୋଇଥିବା କେନ୍ଦୁପତ୍ର ୫୦ ପ୍ରତିଶତ ଏ ପର୍ଯ୍ୟନ୍ତ ବିକ୍ରି ହୋଇପାରିନାହିଁ। ଫଳରେ ଚଳିତବର୍ଷ କେନ୍ଦୁପତ୍ର ରଖିବା ପାଇଁ ଗୋଦାମର ଅଭାବ ଦେଖାଦେଇଛି। ଅନ୍ୟପକ୍ଷରେ ଘରୋଇ ସଂସ୍ଥାଗୁଡିକ ମଧ୍ୟ ଖରିଦ କରିଥିବା କେନ୍ଦୁପତ୍ର କେଉଁଠି ରଖିବେ ସେ ନେଇ ସେମାନେ ଚିନ୍ତାରେ ପଡିଛନ୍ତି।  ଏ ସମ୍ପର୍କରେ ମାଲକାନଗିରି କେନ୍ଦୁପତ୍ର ବନାଞ୍ଚଳ ଅଧିକାରୀ ସୁନନ୍ଦ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଛନ୍ତି ଯେ,  ଚଳିତବର୍ଷ ଖରିଦ କରାଯାଇଥିବା କେନ୍ଦୁପତ୍ରରୁ ୮୦ ପ୍ରତିଶତ ଫଡିରୁ ଗୋଦାମକୁ ଅଣାଯାଇଛି।  ଯାହା କିଛି ଫଡିରେ ଅଛି ସେସବୁ ରଖିବା ଲାଗି ସ୍ଥାନ ବ୍ୟବସ୍ଥା କରି ଦୁଇଦିନ ମଧ୍ୟରେ ଫଡିରୁ ଉଠାଇବା ପାଇଁ ଉଦ୍ୟମ କରୁଛୁ ବୋଲି ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri