ମାଲକାନଗିରି ସ୍ବାଭିମାନ ଅଞ୍ଚଳରେ ପ୍ରଜାମେଳି

ମାଲକାନଗିରି/ ଚିତ୍ରକୋଣ୍ଡା/କୋରୁକୋଣ୍ଡା, ୪।୧୨ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ଆଦିବାସୀଙ୍କ ପ୍ରଜାମେଳି ଦେଖିବାକୁ ମିଳିଛି। ଜୋଡାମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ମଙ୍ଗଳବାର ୫ଶହରୁ ଊର୍ଦ୍ଧ୍ୱ ଆଦିବାସୀ ମହିଳାପୁରୁଷ ୩୧ ଦଫା ଦାବିନେଇ ପ୍ରଜାମେଳି କରି ଏକାଠି ହୋଇଥିଲେ। ଉକ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାରେ ସୁଧାର, ସମସ୍ତଙ୍କୁ ଜଙ୍ଗଲ ଜମି ପଟ୍ଟା, ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି, ଗତଥର ଜଳମଗ୍ନ ହୋଇ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ କ୍ଷତିପୂରଣ, ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟକ୍ଷମ କରିବା, ନାକାମାମୁଡି ପଞ୍ଚାୟତକୁ ୨ ଭାଗ କରି ନୂତନ ପଞ୍ଚାୟତ ଗଠନ, ଛାତ୍ରୀଛାତ୍ରଙ୍କୁ ଜାତିଗତ ପ୍ରମାଣ ପତ୍ର, ସମସ୍ତ ଗ୍ରାମକୁ ପାନୀୟ ଜଳ, ବିଦ୍ୟୁତ୍‌,ପ୍ରତି ପଞ୍ଚାୟତରେ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ ଆଦି ଦାବି ନେଇ ସେମାନେ ଏକାଠି ହୋଇଥିବା ଜଣାପଡିଛି। ସେମାନଙ୍କ ଗତଥରର ଦାବି ଏପର୍ଯ୍ୟନ୍ତ ପୂରଣ ହୋଇନାହିଁ ା ହନ୍ତାଳଗୁଡାରେ ବିଏସ୍‌ଏଫ୍‌ କ୍ୟାମ୍ପ ଓ ଟିକରପଡାରେ ରାସ୍ତା ନିର୍ମାଣକୁ ମଧ୍ୟ ଅଞ୍ଚଳବାସୀ ବିରୋଧ କରିଛନ୍ତି। ହନ୍ତାଳଗୁଡାଠାରେ ବିଏସଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେଲେ ଏହି ଅଞ୍ଚଳର ଆଦିବାସୀଙ୍କ ଧନଜୀବନ ସୁରକ୍ଷିତ ରହିବ ନାହିଁ। ପ୍ରଥମେ ଗ୍ରାମାଞ୍ଚଳ ରାସ୍ତା ନିର୍ମାଣ କରି ପରେ ମୁଖ୍ୟରାସ୍ତା ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଗୁରୁପ୍ରିୟା ସେତୁ ନିର୍ମାଣ ସତ୍ତ୍ୱେ ଉକ୍ତ ଅଞ୍ଚଳର ବିକାଶ ହୋଇନାହିଁ। ଲୋକେ ଏବେ ମଧ୍ୟ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ମାଲକାନଗିରି ଏସ୍‌ପି ରିଷିକେଷ ଡି. ଖିଲାରି କହିଛନ୍ତି ଯେ, ଲୋକେ ଯଦି ଅଞ୍ଚଳର ବିକାଶ ଚାହୁଁଛନ୍ତି ତାହା ହେଲେ ଉନ୍ନୟନ କାର୍ଯ୍ୟକୁ କାହିଁକି ବିରୋଧ କରୁଛନ୍ତି। ରାସ୍ତା ନିର୍ମାଣ ହେଲେ ଲୋକଙ୍କ ନିକଟରେ ମୌଳିକ ସୁବିଧା ପହଞ୍ଚତ୍ବ। କ୍ୟାମ୍ପ ପ୍ରତିଷ୍ଠା ହେଲେ ମାଓବାଦୀ ଦମନ ସହ ଅଞ୍ଚଳର ବିକାଶ ହୋଇପାରିବ। ପୋଲିସ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳରେ ପାନୀୟ ଜଳଠାରୁ ଆରମ୍ଭ କରି ଯୋଗାଯୋଗ ପର୍ଯ୍ୟନ୍ତ ସମସ୍ତ ବ୍ୟବସ୍ଥା କରିବା ପାଇଁ ଉଦ୍ୟମ କରାଯାଉଛି। ତେବେ କେତେକ ଗଣତନ୍ତ୍ର ବିରୋଧୀ ସଙ୍ଗଠନ ନିରୀହ ଆଦିବାସୀଙ୍କୁ ପୋଲିସ ପ୍ରଶାସନ ବିରୋଧରେ ମତେଇ ଆଦିବାସୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛନ୍ତି ବୋଲି ଖିଲାରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri