ମାଲାୟାଲମ ଅଭିନେତା ଶକ୍ତିମାନ ହେବାରୁ ରାଗିଲେ ମୁକେଶ: କହିଲେ ନେଇପାରେ ଆଇନଗତ କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ: ମାଲାୟାଲମ ଫିଲ୍ମ ନିର୍ଦ୍ଦେଶକ ଓମାର ଲୁଲୁଙ୍କୁ ବରିଷ୍ଠ ଅଭିନେତା ମୁକେଶ ଖାନ୍ନାଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ନିର୍ଦ୍ଦେଶକ ଓମାର ଲୁଲୁ ନିଜର ଅପ୍‌ କମିଂ ଫିଲ୍ମ ‘ଧମାକା’ର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେଥିମଧ୍ୟରୁ ଗୋଟିଏ ଫଟୋରେ ମାଲାୟାଲମ ଅଭିନେତା ମୁକେଶଙ୍କ ଶକ୍ତିମାନ କଷ୍ଟ୍ୟୁମରେ ଥିବା ଦେଖିବାକୁ ମିଳିଛି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାର ବହୁ ମିମ୍ସ ତିଆରି ମଧ୍ୟ ହୋଇଛି। ଯାହାକୁ ନେଇ ମୁକେଶ ଖାନ୍ନା  କ୍ରୋଧିତ ହୋଇପଡ଼ିଛନ୍ତି। ଏନେଇ ସେ ଫିଲ୍ମ ଏମ୍ପ୍ଲଇଜ୍‌ ଫେଡେରେଶନ ଅଫ କେରଳ(ଏଫଇଏଫକେଏ)ରେ ନିର୍ଦ୍ଦେଶକଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଏଥିସହ ଉକ୍ତ ଫିଲ୍ମରେ ଶକ୍ତିମାନର ଚରିତ୍ରକୁ ବ୍ୟବହାର ବନ୍ଦ କରାଯାଉ ନଚେତ୍‌ ସେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଏଫଇଏଫକେଏକୁ ଆବେଦନ କରିଛନ୍ତି। କାରଣ ଶକ୍ତିମାନର ଚରିତ୍ର, ବେଶଭୂଷା ଉପରେ ମୁକେଶଙ୍କ କପି ରାଇଟ୍ସ ରହିଛି। ଫଳରେ ତାଙ୍କର ବିନା ଅନୁମତିରେ ଏହାକୁ ନିଜ ଫିଲ୍ମରେ ବ୍ୟବହାର କରିପାରିବେ ନାହିଁ ବୋଲି ମୁକେଶ କହିଛନ୍ତି। ଅପରପକ୍ଷରେ ଓମାର ଲୁଲୁ ଏନେଇ ଇନ୍‌ଷ୍ଟାଗ୍ରାମରେ ମୁକେଶ ଖାନ୍ନାଙ୍କୁ କ୍ଷମା ମାଗିଛନ୍ତି। ସେ ଲେଖିଛନ୍ତି, ଫିଲ୍ମର ଟାଇଟଲ କେଡ୍ରିଟରେ ତାଙ୍କୁ ହିଁ କ୍ରେଡିଟ ଦିଆଯିବ। ଏଥିସହ ଧମାକା ଫିଲ୍ମରେ ଅଭିନେତା ମୁକେଶ ଶକ୍ତିମାନର ଚରିତ୍ର କରୁନାହାନ୍ତି। ଏହା କେବଳ ୧୦ ସେକେଣ୍ଡର ଏକ ସିକ୍ୟୁଏନ୍ସ। ଯେଉଁଠାରେ ଉକ୍ତ ଚରିତ୍ର ମୁକେଶଙ୍କ ଶକ୍ତିମାନର ଅଭିନୟକୁ କଳ୍ପନା କରୁଥିବା ବେଳେ ଏଥିରେ ତାଙ୍କୁ ସୁପରହିରୋ ଭାବେ ଦର୍ଶାଯାଇଛି ବୋଲି ନିର୍ଦ୍ଦେଶକ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri