Posted inଖେଳ

ମାଲେସିଆ ମାଷ୍ଟର୍ସ: ସିନ୍ଧୁ, ସାଇନା, ପ୍ରଣୟ ୨ୟ ରାଉଣ୍ଡରେ

କୁଆଲାଲୁମ୍ପୁର, ୮।୧(ପି.ଟି.): ଭାରତୀୟ ବ୍ୟାଡ୍‌ମିଣ୍ଟନ ତାରକା ପି.ଭି. ସିନ୍ଧୁ, ସାଇନା ନେହ୍ବାଲ ଓ ଏଚ୍‌.ଏସ୍‌. ପ୍ରଣୟ ବିଜୟରୁ ୨୦୨୦ ବର୍ଷ ଆରମ୍ଭ କରିଛନ୍ତି। ବୁଧବାର ଏଠାରେ ଖେଳାଯାଇଥିବା ମାଲେସିଆ ମାଷ୍ଟର୍ସ ପ୍ରଥମ ରାଉଣ୍ଡ ମୁକାବିଲାରେ ସିନ୍ଧୁ, ସାଇନା ଓ ପ୍ରଣୟ ବିଜୟ ହୋଇ ପରବର୍ତ୍ତୀ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମୁକାବିଲାରେ ପ୍ରଣୟ ୨୧-୯, ୨୧-୧୭ ସିଧାସଳଖ ଗେମ୍‌ରେ ବିଶ୍ୱ ମାନ୍ୟତାର ୧୦ମ ସ୍ଥାନରେ ରହିଥିବା କାଣ୍ଟା ସୁନେୟାମାଙ୍କୁ ପରାସ୍ତ କରିଥିଲେ। ଏହି ମ୍ୟାଚ୍‌ ଜିତିବାକୁ ତାଙ୍କୁ ୩୪ ମିନିଟ୍‌ ସମୟ ଲାଗିଥିଲା। ଗୁରୁବାର ଦ୍ୱିତୀୟ ରାଉଣ୍ଡରେ ପ୍ରଣୟଙ୍କ ମୁକାବିଲା ବିଶ୍ୱର ଏକ ନମ୍ବର ଖେଳାଳି କେଣ୍ଟୋ ମୋମୋଟାଙ୍କ ସହ ହେବ। ମୋମୋଟା ଅନ୍ୟତମ ଭାରତୀୟ ଶଟ୍‌ଲର ପାରୂପଲ୍ଲୀ କାଶ୍ୟପଙ୍କୁ ୨୧-୧୭, ୨୧-୧୬ ଗେମ୍‌ରେ ପରାସ୍ତ କରି ୨ୟ ରାଉଣ୍ଡରେ ପହଞ୍ଚତ୍ଛନ୍ତି। ପୁରୁଷ ସିଙ୍ଗଲ୍ସ ଅନ୍ୟ ମ୍ୟାଚ୍‌ରେ ଭାରତର ବି. ସାଇ ପ୍ରଣୀଥ୍‌ ଓ କିଡାମ୍ବୀ ଶ୍ରୀକାନ୍ତଙ୍କୁ କିନ୍ତୁ ନିରାଶ ହେବାକୁ ପଡ଼ିଛି। ଉଭୟ ପରାଜୟ ସହ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଅପରପକ୍ଷରେ ମହିଳା ସିଙ୍ଗଲ୍ସରେ ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ସିନ୍ଧୁ ୨୧-୧୫, ୨୧-୧୩ ସିଧାସଳଖ ଗେମ୍‌ରେ ରୁଷିଆର ଏଭଗେନିୟା କୋସେଟସ୍କାୟାଙ୍କୁ ମାତ୍‌ ଦେଇଛନ୍ତି। ସିନ୍ଧୁ ଦ୍ୱିତୀୟ ରାଉଣ୍ଡରେ ଜାପାନର ଆୟା ଓହୋରିଙ୍କୁ ଭେଟିବେ। ସେହିଭଳି ଲଣ୍ଡନ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ୨୧-୧୫, ୨୧-୧୭ରେ ବେଲ୍‌ଜିୟମର ଲିଆନେ ଟାନ୍‌ଙ୍କୁ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri