ମାଲ୍ୟାଙ୍କ ସମ୍ପତ୍ତି ଜବତକୁ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୧୨।୭ : ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ବମ୍ବେ ହାଇକୋର୍ଟରୁ ଗୁରୁବାର ଜୋରଦାର ଝଟକା ଲାଗିଛି। ସମ୍ପତ୍ତି ଜବତ ଉପରେ କଟକଣା ଲାଗୁ କରିବା ଲାଗି ମାଲ୍ୟାଙ୍କ ପକ୍ଷରୁ ଆଗତ ମାମଲାକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ମାଲ୍ୟାଙ୍କ ସମ୍ପତ୍ତି ଜବତକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ପ୍ରିଭେନ୍ସନ ଅଫ୍‌ ମନିଲଣ୍ଡରିଂ ଆଇନ ଅନୁସାରେ ସ୍ବତନ୍ତ୍ର ଅଦାଲତ ଦ୍ୱାରା ତାଙ୍କୁ ପଳାତକ ଆର୍ଥିକ ଅପରାଧୀ ଭାବେ ଘୋଷଣା କରାଯାଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ଆଗତ ମାମଲାର ରାୟ ପ୍ରକାଶ ପର୍ଯ୍ୟନ୍ତ ବିଭିନ୍ନ ସରକାରୀ ଏଜେନ୍ସିଙ୍କ ପକ୍ଷରୁ ସମ୍ପତ୍ତି ଜବତ ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିବାକୁ ମଦ ବ୍ୟବସାୟୀ ଆବେଦନ କରିଥିଲେ। ତେବେ ଜଷ୍ଟିସ ଅକିଲ କ୍ୟୁରେସି ଓ ଜଷ୍ଟିସ ଏସ୍‌.ଜେ.କାଠଓ୍ବାଲାଙ୍କୁ ନେଇ ଗଠିତ ହାଇକୋର୍ଟ ଖଣ୍ଡପୀଠ ରହିତାଦେଶ ଆବେଦନକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ସୂଚନାଥାଉ କି, ଚଳିତବର୍ଷ ଜାନୁୟାରୀ ୫ରେ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ ଅଦାଲତ ମାଲ୍ୟାଙ୍କୁ ପଳାତକ ଆର୍ଥିକ ଅପରାଧୀ ଭାବେ ଘୋଷଣା କରିଥିଲେ। ମାଲ୍ୟା ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri