ମାଲ୍‌ ପରିବହନରେ ବାଧା ହଟାଅ

ଅନୁଗୋଳ ଅଫିସ, ୧।୫ – ଲକ୍‌ଡାଉନ୍‌ ସମୟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଫଳତାର ସହିତ କାର୍ଯ୍ୟକାରୀ କରିବାକୁ ନେଇ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାମାରୀ କରୋନାର ଠିକ୍‌ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସରକାରଙ୍କ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ପାଳନ କରାଯାଉଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଟ୍ରକ୍‌ ଦ୍ୱାରା ହେଉଥିବା ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ଯେପରି କୌଣସି ବାଧା ସୃଷ୍ଟି ନ ହୁଏ ସେଥିପ୍ରତି ଟ୍ରକ୍‌ ମାଲିକ ସଂଘ ଓ ପରିବହନକାରୀ ସଂସ୍ଥା ଧ୍ୟାନ ଦେବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି॥
ଅତ୍ୟାବଶ୍ୟକ ସହ ଅନ୍ୟାନ୍ୟ ସାମଗ୍ରୀ ଟ୍ରକ୍‌ରେ ପରିବହନ ହେଉଥିବା ବେଳେ ପଶ୍ଚିମବଙ୍ଗ-ଓଡ଼ିଶା ସୀମାରେ ଥିବା ଲକ୍ଷ୍ମଣନାଥ ଚେକ୍‌ ଗେଟ୍‌ରେ ପ୍ରତିବନ୍ଧକ ସୃଷ୍ଟି ହେଉଛି। ବିଶେଷକରି ଅତ୍ୟାବଶ୍ୟକ ସାମଗ୍ରୀ ଥିବା ଟ୍ରକ୍‌କୁ ଏହି ଗେଟ୍‌ରେ ଅନୁମତି ମିଳୁଛି। କିନ୍ତୁ ଅନ୍ୟ ସାମଗ୍ରୀ ପରିବହନ କରୁଥିବା ଟ୍ରକ୍‌କୁ ଛଡ଼ାଯାଉନାହିଁ। ଅନୁଗୋଳରୁ ଅଧିକାଂଶ ଟ୍ରକ୍‌ ଆଲୁମିନିୟମ ନେଇ ଅନ୍ୟ ରାଜ୍ୟକୁ ଯାଆନ୍ତି ଓ ସେଠାରୁ ଅତ୍ୟାବଶ୍ୟକ ସମେତ ଅନ୍ୟାନ୍ୟ ଜିନିଷ ଧରି ଓଡ଼ିଶା ଫେରିଥାନ୍ତି। କିନ୍ତୁ ତାଲା ବନ୍ଦ ଯୋଗୁ ଅନ୍ୟ ରାଜ୍ୟରୁ କୌଣସି ସାମଗ୍ରୀ ଆସିପାରୁନାହିଁ। ଯାହା କିଛି ଆସୁଛି ଉକ୍ତ ଗେଟ୍‌ରେ ତାହାକୁ ପ୍ରବେଶ ଅନୁମତି ମିଳୁନାହିଁ। ସେହିପରି ଓଡ଼ିଶା ବ୍ୟତୀତ ପଡ଼ୋଶୀ ରାଜ୍ୟଗୁଡ଼ିକରେ ଢାବା ଓ ଗ୍ୟାରେଜ ଖୋଲା ରହୁ ନ ଥିବାରୁ ଟ୍ରକ୍‌ ଚାଳକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଲକ୍ଷ୍ମଣନାଥ ଚେକ୍‌ଗେଟ୍‌ରେ ସୃଷ୍ଟି ହେଉଥିବା ସମସ୍ୟାର ସମାଧାନ ପାଇଁ ବାଲେଶ୍ୱର ଆଞ୍ଚଳିକ ପରିବହନ ଅଧିକାରୀଙ୍କ ସହ ଯୋଗାଯୋଗ କରିବାକୁ ଜିଲାପାଳ ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଜିତେନ୍ଦ୍ର କୁମାର ଭୋଇଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ସମରେନ୍ଦ୍ର ପଟ୍ଟନାୟକ, ଅନୁଗୋଳ ଜିଲା ଟ୍ରକ୍‌ ମାଲିକ ସଂଘ ସଭାପତି ବିଭୂତି ଭୂଷଣ ଦାସ, ଜିଲା ଟ୍ରକ୍‌ ମାଲିକ ସଂଘ ସମ୍ପାଦକ ଅକ୍ଷୟ କୁମାର ସାମନ୍ତ, ନାଲ୍‌କୋ ଟ୍ରକ୍‌ ମାଲିକ ସଂଘ ସଭାପତି ରାଜୀବ ଜେନାଙ୍କ ସମେତ ବିଭିନ୍ନ ପରିବହନ ସଂସ୍ଥାର କର୍ମକର୍ତ୍ତାମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri