Posted inଜାତୀୟ

ମାସକରେ ମଲେଣି ୯ ବାଘ

ଭୋପାଳ/ଉମରିଆ,୩।୫: ଅଭୟାରଣ୍ୟରେ ଅସୁରକ୍ଷିତ ଜାତୀୟ ପଶୁ। ଲକ୍‌ଡାଉନ୍‌ ସମୟରେ ଦେଶର ସଂରକ୍ଷିତ ଜଙ୍ଗଲ ଏବଂ ଅଭୟାରଣ୍ୟରେ ବିଭିନ୍ନ କାରଣରୁ ମରୁଛନ୍ତି ବାଘ। ଶନିବାର ବାନ୍ଧବଗଡ଼ ବ୍ୟାଘ୍ର ପ୍ରକଳ୍ପ ଅଧୀନ ମେଡରା ବୀଡ ଅଞ୍ଚଳରୁ ଏକ ବାଘ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ ପାଖାପାଖି ୮ମାସ ହେବ। ଏହି ଶାବକକୁ ମିଶାଇ ଗୋଟିଏ ମାସରେ ଦେଶରେ ୯ ବାଘଙ୍କ ମୃତ୍ୟୁ ଘଟିଲାଣି। କିଛିଦିନ ତଳେ ସୀମା ପରିଧିକୁ ନେଇ ଦୁଇ ବାଘଙ୍କ ମଧ୍ୟରେ ହୋଇଥିବା ଲଢେଇରେ ଗୋଟିଏର ମୃତ୍ୟୁ ହୋଇଥିଲା। ଅନ୍ୟ ଦୁଇଟି ରୋଗଗ୍ରସ୍ତ ହୋଇ ପ୍ରାଣ ହରାଇଥିବାବେଳେ ବାକି ବାଘଙ୍କ ଗଳିତ ମୃତଦେହ ଠାବ କରାଯାଇଛି। ବାନ୍ଧବଗଡ଼ ଟାଇଗର ରିଜର୍ଭ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶନିବାର ଆର୍‌ଏଏଫ୍‌ ୪୯୪ ଅଞ୍ଚଳରୁ ବାଘର ମୃତଦେହ ଠାବ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟରୁ ଏହାର ମୃତ୍ୟୁ କେଉଁ କାରଣରୁ ହୋଇଛି ତାହା ଜଣାପଡ଼ିବ।
ଏକ ତଥ୍ୟ ଅନୁଯାୟୀ, ମାସକରେ ମରିଥିବା ସମସ୍ତ ବାଘଙ୍କ ବୟସ ୧୦ ବର୍ଷ ମଧ୍ୟରେ। ତେବେ ଲଗାତର ଏପରି ବାଘମୃତ୍ୟୁକୁ ନେଇ ବନ କର୍ମଚାରୀ ଚିନ୍ତାରେ ପଡ଼ିଛନ୍ତି। ଚଳିତବର୍ଷ ଜାନୁୟାରୀରୁ ମାର୍ଚ୍ଚ ଯାଏ ଗୋଟିଏ ବି ବାଘଙ୍କ ମୃତ୍ୟୁ ହୋଇ ନ ଥିଲା। ଗତ ବୁଧବାର ଏକାସଙ୍ଗରେ ୨ ବାଘଙ୍କ ମୃତ୍ୟୁ ହୋଇଥିଲା। ସେଥିରୁ ଗୋଟିଏ ବାନ୍ଧବଗଡ଼ ଟାଇଗର ରିଜର୍ଭରେ ଏବଂ ଅନ୍ୟ ଗୋଟିଏ ମୁକୁନ୍ଦପୁର ଚିଡ଼ିଆଖାନାରେ ହୋଇଛି। ହେଲେ ଚଳିତ ମାସରେ ଏତେସଂଖ୍ୟକ ବାଘମୃତ୍ୟୁର କାରଣ ଜଣାପଡୁନାହିଁ। ସବୁଠୁ ଅଧିକ ବାଘଙ୍କ ମୃତ୍ୟୁ ବାନ୍ଧବଗଡ଼ ନ୍ୟାଶନାଲ ପାର୍କରେ ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ରହିଛି କାହ୍ନା ନ୍ୟାଶନାଲ ପାର୍କ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri