ମାସକରେ ସମ୍ପୂର୍ଣ୍ଣ ହେବ ରେଲୱେ ଓଭରବ୍ରିଜ୍‌

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଏବଂ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ନିର୍ମାଣାଧୀନ ରେଲୱେ ଓଭରବ୍ରିଜ ମାସକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ପୂର୍ତ୍ତ ବିଭାଗ ଇଞ୍ଜିନିୟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ମାଣ କାର୍ଯ୍ୟରେ ବାଧକ ସାଜିଥିବା କେତେକ ଘରୋଇ ଘର ଓ ଜମିର ପୁନର୍ବାର ଡିମାର୍କେଶନ କରିବା ପାଇଁ ରାଜସ୍ବ ବିଭାଗ ଏବଂ କ୍ଷତିପୂରଣ ସମସ୍ୟା ତୁଟାଇବାକୁ ମଧ୍ୟ ଜିଲାପାଳ ଆଦେଶ ଦେଇଥିଲେ। ବ୍ରିଜ ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁ ପ୍ରତିଦିନ ଶହ ଶହ ଲୋକ ଦୁର୍ଦ୍ଦଶା ଭୋଗୁଛନ୍ତି। ଏହାର ସମାଧାନ ଦାବି ନେଇ ସକଳେଶ୍ୱର ଓଭରବ୍ରିଜ କ୍ରିୟାନୁଷ୍ଠାନ କମିଟି ବହୁବାର ଦାବି ପରେ ବୃହତ୍‌ ଜନ ଆନ୍ଦୋଳନ ଧମକ ଦେବା ପରେ ମଙ୍ଗଳବାର ଅପରାହ୍ନରେ ସ୍ଥିତି ଅନୁଧ୍ୟାନ ପାଇଁ ଶିଳ୍ପାଞ୍ଚଳରେ ପହଞ୍ଚତ୍ଥିଲେ ଜିଲାପାଳ। ତାଙ୍କ ସହିତ ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ବ୍ରହ୍ମପୁର ତହସିଲଦାର ଓ ଅନ୍ୟ ରାଜସ୍ବ ଅଧିକାରୀ ତଥା କର୍ମଚାରୀ ଏବଂ ପୂର୍ତ୍ତ ବିଭାଗ ଡିଭିଜନ ନଂ ୨ର ଇଞ୍ଜିନିୟର ଥିଲେ।
କ୍ରିୟାନୁଷ୍ଠାନ କମିଟି ସଦସ୍ୟ ଓ ଅନେକ ଅଞ୍ଚଳବାସୀ ଉପସ୍ଥିତ ରହି ଜିଲାପାଳଙ୍କୁ ସମସ୍ୟା ଜଣାଇଥିଲେ। ଜଣେ ରାଜସ୍ବ ବିଭାଗ ଅଧିକାରୀ ଓ ଆଉ କେତେକ ଅବସରପ୍ରାପ୍ତ କର୍ମଚାରୀ ବିଭିନ୍ନ ଭାବେ ଚାପ ପକାଇ ସେମାନଙ୍କ ଘର ଉଚ୍ଛେଦ ନ କରିବା ପାଇଁ ରାସ୍ତା ନକ୍ସା ବଦଳାଇଥିବାରୁ ନିର୍ମାଣ କାର୍ଯ୍ୟ ଶେଷ ହୋଇପାରୁ ନ ଥିବା ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ଉପସ୍ଥିତ ଥିବା ଭୂ-ଅର୍ଜନ ଅଧିକାରୀଙ୍କୁ କ୍ଷତି ପୂରଣ ସମସ୍ୟା ତୁଟାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅଦାଲତରେ ରୁଜୁ ମାମଲାର ଫଇସଲା ଲାଗି ମଧ୍ୟ ତ୍ୱରିତ ପଦକ୍ଷେପ ନିଆଯିବାର କୁଲାଙ୍ଗେ କ୍ରିୟାନୁଷ୍ଠାନ କମିଟିକୁ ଆଶ୍ୱାସନା ଦେଇଥିଲେ। ମାସକ ମଧ୍ୟରେ ସବୁ ସମସ୍ୟା ସମାଧାନ କରାଯାଇ ଓଭରବ୍ରିଜ ଓ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ କରାଯିବାର କୁହାଯାଇଥିଲା।
କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବସନ୍ତ ନନ୍ଦ, ବାବୁଲା ନାୟକ, ଏଲ. ସୁଦାମ ଦାସ, ଗିରିଧାରୀ ରେଡ୍ଡୀ, ତୁମ୍ବେଶ୍ୱର ନାୟକ, ବାପୁଜୀ ପାତ୍ର, ସୁନୀଲ ମଣ୍ଡଳ, ଶିବ ଶଙ୍କର ନାୟକ, ବଦ୍ରି ନାରାୟଣ ମିଶ୍ର, ବାବୁଜୀ ମହାନ୍ତି, ଦାଶରଥି ନାୟକ, ସୁବୋଧ ମିଶ୍ର ଓ ସଞ୍ଜୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri