ମାସିକିଆ ରିପୋର୍ଟ ପ୍ରଦାନ କଲେ ମନ୍ତ୍ରୀ

ଭୁବନେଶ୍ୱର,୭ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ମନ୍ତ୍ରୀମାନେ ନିଜ ବିଭାଗ ସମ୍ପର୍କିତ ମାସିକିଆ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ନେଇ ମନ୍ତ୍ରୀମାନେ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏଥିସହିତ ସେମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟ ଉଲ୍ଲେଖ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ) ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ବିଭିନ୍ନ ବିଭାଗୀୟ ମନ୍ତ୍ରୀମାନେ ପୂର୍ବରୁ ଦେଇଥିବା ରିପୋର୍ଟକୁ ତର୍ଜମା କରାଯାଇ ସିଏମ୍‌ଓ ପକ୍ଷରୁ ପରାମର୍ଶ ଦିଆଯାଇଥିବା ଜଣାପଡିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସହାୟତା ତଥା ନିର୍ବାଚନମଣ୍ଡଳୀ ଗସ୍ତରେ ଥିବା କେତେକ ନେତା ଶନିବାର ମାସିକିଆ ରିପୋର୍ଟ ପ୍ରଦାନ କରିବେ ବୋଲି ଜଣାପଡିଛି।
ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ସ୍କୁଲ ଓ ଗଣଶିକ୍ଷା, ଯୋଗାଣ ଓ ଜଳସମ୍ପଦ ବିଭାଗ ସମ୍ପର୍କିତ କାର୍ଯ୍ୟାନ୍ବୟନକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ନିକଟରେ ସ୍କୁଲ ପିଲାଙ୍କ ବସ୍ତାନି ଓଜନ ହ୍ରାସ, କଷ୍ଟ ବିଷୟକୁ ଦେଢ ଘଣ୍ଟା ପାଠପଢା ସମ୍ପର୍କିତ ନିଷ୍ପତ୍ତିକୁ ନେଇ ତୃଣମୂଳରେ କି ପ୍ରତିକ୍ରିୟା ରହିଛି, ସେଥିପ୍ରତି ଦୃଷ୍ଟି ଦିଆଯାଇଛି। ସେହିପରି ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାରୁ ଭୂତ ହିତାଧିକାରୀଙ୍କୁ ବାଦ୍‌ ଦେଇ କିପରି ଭାବେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇପାରିବ, ସେନେଇ ଖାଦ୍ୟ ଯୋଗାଣ ଏବଂ ସମବାୟ ବିଭାଗକୁ ପରାମର୍ଶ ଦିଆଯାଇଛି। ଏକାଧିକ ବୃହତ ଜଳସେଚନ ପ୍ରକଳ୍ପ ଚାଲୁ ରହିଥିଲେ ମଧ୍ୟ ଉଠା ଜଳସେଚନ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ଜଳସମ୍ପଦ ବିଭାଗକୁ କୁହାଯାଇଛି। କାଳିଆ ଯୋଜନା ଅଯୋଗ୍ୟ ହିତାଧିକାରୀଙ୍କୁ ଯାଞ୍ଚ କରି ତାଲିକା ପ୍ରକାଶ ପାଇଁ ବିଭାଗ କାର୍ଯ୍ୟ କରୁଛି। ଅଯୋଗ୍ୟ ହିତାଧିକାରୀଙ୍କ ଯେପରି ସହାୟତା ରାଶି ଟଙ୍କା ଫେରସ୍ତ କରିବେ, ସେଥିନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ ହୋଇଥିବା ଜଣାପଡିଛି। ସମଗ୍ର ପୌରାଞ୍ଚଳରେ ଆଲୋକୀକରଣ, ପରିମଳ ସମ୍ବନ୍ଧୀୟ ସମସ୍ତ ଯୋଜନାକୁ ନିର୍ଦ୍ଧାରିତ ସମୟରେ ସାରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉନ୍ନୟନ ସମ୍ପର୍କିତ କାର୍ଯ୍ୟ ଜାରି ରହିଛି, ଏଥିସହ ଜଡିତ ଥିବା ପ୍ରତ୍ୟେକ ବିଭାଗ ଶ୍ରୀମନ୍ଦିର ପ୍ରଶାସନ ସହ ଉପଯୁକ୍ତ ସମନ୍ବୟ ରକ୍ଷା କରିବା ପାଇଁ ବିଭାଗ ଓ ବିଭାଗୀୟ ମନ୍ତ୍ରୀଙ୍କୁ ସିଏମ୍‌ଓ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri