Posted inଜାତୀୟ

ମାସେ ଧରି ଝିଅର ମୃତଦେହକୁ ନିଜ ପାଖରେ ରଖି ଶୋଉଥିଲେ ମା’ ବାପା

ମିର୍ଜାପୁର,୧୮।୬: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। କଟରାର କୋତବାଲି ନିକଟସ୍ଥ ହଥିଆ ଫାଟକ ମହଲାରେ ଅବସରପ୍ରାପ୍ତ କନଷ୍ଟେବଳ ଦିଲାବର ଖାଁ ଓ ତାଙ୍କର ପରିବାର ରୁହନ୍ତି। ଗତ ୩ବର୍ଷ ଧରି ୨ ପୁଅ ବାହାରେ ରହୁଥିବା ବେଳେ ଉକ୍ତ ଘରେ ଅର୍ଦ୍ଧ ପାଗଳ ଝିଅ ଓ ପତ୍ନୀଙ୍କ ସହ ଦିଲାବର ରହୁଥିଲେ। ମାସେ ପୂର୍ବରୁ କୌଣସି କାରଣରୁ ଝିଅଟିର ମୃତ୍ୟୁ ହୋଇଥିଲା। ତେବେ କନଷ୍ଟେବଳ ଜଣଙ୍କ ଝିଅ ଜୀବିତ ଥିବା ଭାବି ମୃତଦେହର ଅନ୍ତିମ ସଂସ୍କାର ନ କରି ନିଜ ଘରେ ମାସେ ପର୍ଯ୍ୟନ୍ତ ରଖିଥିଲେ। ପୂର୍ବରୁ ଘରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ହେଲେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଦିଲାବର ତାଙ୍କୁ ଘରେ ପଶିବାକୁ ଦେଇ ନ ଥିଲେ। ରବିବାର ତାଙ୍କର ୨ ପୁଅ ଘରକୁ ଆସିଥିବା ବେଳେ ଭଉଣୀର ମୃତଦେହ ଘରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ସୋମବାର ମୃତଦେହକୁ ପରିବାରେ ଲୋକେ ପୋତିବା ପାଇଁ ନେଉଥିବା ବେଳେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ କରାଇଛି। ଏଥିସହ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri