Posted inଜାତୀୟ

ମାସେ ଧରି ଝିଅର ମୃତଦେହକୁ ନିଜ ପାଖରେ ରଖି ଶୋଉଥିଲେ ମା’ ବାପା

ମିର୍ଜାପୁର,୧୮।୬: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। କଟରାର କୋତବାଲି ନିକଟସ୍ଥ ହଥିଆ ଫାଟକ ମହଲାରେ ଅବସରପ୍ରାପ୍ତ କନଷ୍ଟେବଳ ଦିଲାବର ଖାଁ ଓ ତାଙ୍କର ପରିବାର ରୁହନ୍ତି। ଗତ ୩ବର୍ଷ ଧରି ୨ ପୁଅ ବାହାରେ ରହୁଥିବା ବେଳେ ଉକ୍ତ ଘରେ ଅର୍ଦ୍ଧ ପାଗଳ ଝିଅ ଓ ପତ୍ନୀଙ୍କ ସହ ଦିଲାବର ରହୁଥିଲେ। ମାସେ ପୂର୍ବରୁ କୌଣସି କାରଣରୁ ଝିଅଟିର ମୃତ୍ୟୁ ହୋଇଥିଲା। ତେବେ କନଷ୍ଟେବଳ ଜଣଙ୍କ ଝିଅ ଜୀବିତ ଥିବା ଭାବି ମୃତଦେହର ଅନ୍ତିମ ସଂସ୍କାର ନ କରି ନିଜ ଘରେ ମାସେ ପର୍ଯ୍ୟନ୍ତ ରଖିଥିଲେ। ପୂର୍ବରୁ ଘରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ହେଲେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଦିଲାବର ତାଙ୍କୁ ଘରେ ପଶିବାକୁ ଦେଇ ନ ଥିଲେ। ରବିବାର ତାଙ୍କର ୨ ପୁଅ ଘରକୁ ଆସିଥିବା ବେଳେ ଭଉଣୀର ମୃତଦେହ ଘରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ସୋମବାର ମୃତଦେହକୁ ପରିବାରେ ଲୋକେ ପୋତିବା ପାଇଁ ନେଉଥିବା ବେଳେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ କରାଇଛି। ଏଥିସହ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri