ମାସେ ବିତିଲା, ଏବେବି ଆଇସିୟୁରେ ୬ ଆହତ

ଡେରାବିଶ, ୨୩ା୧୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ନଭେମ୍ବର ୨୩ରେ ହୋଇଥିବା କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବାବେଳେ ବାଣ ବିସ୍ଫୋରଣରେ ଶତାଧିକ ଆହତ ହେବା ଘଟଣାକୁ ମାସେ ବିତିଗଲା। ଏହି ବାଣ ବିସ୍ଫୋରଣରେ ୪୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪ ଜଣ କଟକ ବଡ଼ ମେଡ଼ିକାଲ୍‌ (ଏସ୍‌ବିବି)ର ସର୍ଜିକାଲ୍‌, ବର୍ଣ୍ଣିଂ ୱାର୍ଡ଼, ସେଣ୍ଟାରଲ ଆଇସିୟୁ, ଟ୍ରମା ଆଇସିୟୁ ଓ ବର୍ଣ୍ଣ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ତେବେ ସେମାନଙ୍କ ମଧ୍ୟରୁ ଅଧିକ ଗୁରୁତର ହୋଇଥିବା ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏଯାଏ ୨୬ ଆହତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏବେ ବି ଆଇସିୟୁରେ ୬ଜଣ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଉମାକାନ୍ତ ସାହୁ, ପ୍ରାଣକୃଷ୍ଣ ବେଜ, ଏସ୍‌.କେ. ମହିରୁଫ, ହିମାଂଶୁ ବେହେରା, ବଳରାମ ମହାରଣା ଓ ଅକ୍ଷୟ ଦାସ। ତେବେ ଏହି ଘଟଣା ପରେ ସଦର ଥାନାରେ ନଂ. ୪୯୪/୨୨ରେ ମାମଲା ରୁଜୁ କରାଯାଇ ଘଟଣାରେ ସମ୍ପୃକ୍ତ ଥିବା ପୂଜା କମିଟି ଓ ବଜାର ଶାନ୍ତି କମିଟିର କର୍ମକର୍ତ୍ତାଙ୍କୁ ଗିରଫ କରିବାକୁ ପୋଲିସ୍‌ ପକ୍ଷରୁ ଚଢ଼ାଉ ଅଭିଯାନ ଯୋରଦାର କରାଯାଇଥିଲା। ତେବେ ଭାଗବତପୁରର ୩ ଜଣଙ୍କୁ ଗିରଫ କରି ପୋଲିସ୍‌ ଚୁପ ହୋଇ ବସିଛି। ଏହି ଗିରଫ ଭୟରେ ଭାଗବତପୁର ପଞ୍ଚାୟତର ୨ ଦଳିତ ସାହି ପୁରୁଷ ଶୂନ୍ୟ ହୋଇପଡ଼ିଛି। ତେବେ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଏଯାଏ ପୋଲିସ ଗିରଫ କରିନାହିଁ। ଗୁରୁତର ଆହତଙ୍କୁ କେବଳ ସହାୟତା ରାଶି ପ୍ରଦାନ କରି ଜିଲା ପ୍ରଶାସନ ମଧ୍ୟ ନୀରବ ରହିଛି। ଏଭଳି ଏକ ସମ୍ବେଦନ ଘଟଣାରେ କ୍ଷତିଗ୍ରସ୍ତ ହୋଇଥିବା ବ୍ୟକ୍ତିଙ୍କୁ କେବେ ନ୍ୟାୟ ମିଳିବ ସେ ନେଇ ସେମାନେ ଆଶା ଓ ଆଶଙ୍କା ମଧ୍ୟରେ ଦିନ କାଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri