ମାସ୍କ କିଣାବିକା ଦୁର୍ନୀତି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୧ା୬: ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରିବାରେ ଲାଗିଛି। କରୋନା ମୁକାବିଲା ପରିବର୍ତ୍ତେ ରାଜ୍ୟରେ ମାସ୍କ କିଣାବିକା ଦୁର୍ନୀତି ଚାଲିଛି। ଏହାର ପ୍ରତିବାଦରେ ଗୁରୁବାର ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି। ସିବିଆଇ ତଦନ୍ତ ଦାବିରେ କଂଗ୍ରେସ କର୍ମୀମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏନେଇ ଜଟଣୀ ବିଧାୟକ ସୁର ରାଉତରାୟ କହିଛନ୍ତି, ଦୀର୍ଘ ୨୦ ବର୍ଷର ନିର୍ମଳ ସରକାର ଦୁର୍ନୀତିରେ ଫସିଛନ୍ତି। କରୋନା ଆତଙ୍କରେ ଆଜି ସାରା ଦେଶ ସଂଘର୍ଷ କରୁଥିବା ବେଳେ ନବୀନ ସରକାର କୋଭିଡ୍‌-୧୯ ମେଡିକାଲ ସାମଗ୍ରୀ ଓ ମାସ୍କ କିଣାବିକା ନାଁରେ କୋଟିକୋଟି ଟଙ୍କା ହେରଫେର୍‌ କରିଛନ୍ତି। ଗରିବ ଖଟିଖିଆଙ୍କ ଟଙ୍କାରେ ସଚିବ,ମନ୍ତ୍ରୀ ମଉଜ କରୁଛନ୍ତି। ଗତ ଅଢ଼େଇ ମାସ ହେଲାଣି ସାଧାରଣ ଜନତା କାମଧନ୍ଦା ନ ପାଇ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନରେ ସାରା ରାଜ୍ୟରେ କଂଗ୍ରେସ ପ୍ରତିବାଦ କରିବ। ଏଥିସହିତ ବିଧାୟକ ସୁର ରାଉତରାୟ ପ୍ରମିଳା ମଲ୍ଲିକଙ୍କୁ ଟାର୍ଗେଟ କରିଥିଲେ। ମାସ୍କ ଦୁର୍ନୀତିରେ ସେ ସଫେଇ ଦେବା ହାସ୍ୟାସ୍ପଦ। ସେ ସାଧାରଣ ଜନତାଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଖୋର୍ଦ୍ଧା ଓ ଜଟଣୀ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନିଜେ ସଚେତନ ହୁଅ। କୌଣସି ସରକାର କାହାକୁ ରକ୍ଷା କରିପାରିବେନି। କାମ ନ ଥିଲେ ଘରେ ରୁହ। ମାସ୍କ ଓ ସାମାଜିକ ଦୂରତା ବଜାୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ସୁର ରାଉତରାୟ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri