ମାସ୍କ ବ୍ୟବହାର ନ କରି ୨୪୦୦ ଜରିମାନା ଆଦାୟ , ୧୨ ଗିରଫ

ଧାମନଗର,୧୨ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ଲକ୍‌ଡାଉନ୍‌ ଅବମାନନା ନେଇ ବ୍ଲକ ପ୍ରଶାସନ କଡ଼ା ପଦକ୍ଷେପ ନେଉଛି। ରବିବାର ପୂର୍ବାହ୍ନରେ ଧାମନଗର ଆଡିଶନାଲ ତହସିଲଦାର ଲଗନଜିତ୍‌ ବେହେରା ଧୂଷୁରୀ ଥାନା ପୋଲିସ ସହାୟତାରେ ଅସୁରାଳୀ ବଜାର,ମଙ୍ଗଳପୁର, ସହିଦନଗର ଅଞ୍ଚଳରେ ଚଢ଼ାଉ କରିଥିଲେ। ମାସ୍କ ବ୍ୟବହାର କରି ନ ଥିବା ୧୨ଜଣଙ୍କୁ ଧରି ୨୪୦୦ ଶହ ଟଙ୍କା ଜରିମାନା ଆଦାୟ କରିବା ସହିତ ଜଣେ ଦୋକାନୀଙ୍କୁ ଦୋକାନ ଖୋଲିଥିବା ଅଭିଯୋଗରେ ୧ ହଜାର ଜରିମାନା ଆଦାୟ କରିଛନ୍ତି। ଶନିବାର ଭଣ୍ଡାରୀପଡ଼ା ଗ୍ରାମରୁ କାର୍ତ୍ତିକ ସାହୁଙ୍କୁ ପୋଲିସ ଗିରଫ କରିଛନ୍ତି । ସେ ଜଣେ ମହିଳା ସରକାରୀ ଅଧିକାରୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ସୋସିଆଲ ମିଡିଆରେ ଲେଖିଥିବା ଅଭିଯୋଗରେ ଗିରଫ ହୋଇଥିବା ଲଗନଜିତ୍‌ ବେହେରା ସୂଚନା ଦେଇଛନ୍ତି। ସେହିପରି ଧାମନଗର ଥାନା ଅଧୀନରେ କରୋନା ମୁକାବିଲା ଦାୟିତ୍ୱ ନେଇଥିବା ଆଡିଶନାଲ ତହସିଲଦାର ଅଭିଲିପ୍ସା ପଟ୍ଟନାୟକ ଶନିବାର ଧାମନଗର ସାନ ବଜାରରେ ଜଳଖିଆ ଦୋକାନ ଖୋଲିଥିବା ଆନନ୍ଦ ସାହୁଙ୍କୁ ଗିରଫ କରିଥିଲେ। ରବିବାର ଜାହାଙ୍ଗୀର ବଜାରରେ ଜଣେ ଦୋକାନୀଙ୍କୁ ବେଆଇନ ଭାବେ ଦୋକାନ ଖୋଲିଥିବା ଅଭିଯୋଗରେ ଗିରଫ କରିଥିବା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri