ମାସ୍କ ଯୋଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମସ୍ତେ ମାସ୍କ ପିନ୍ଧିବା ପାଇଁ ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। ଫଳରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତତ୍ପର ହୋଇପଡ଼ିଛି। ବିଭାଗର ସଚିବ ନିକୁଞ୍ଜ ଧଳଙ୍କ ପକ୍ଷରୁ ମାସ୍କ ଯୋଗାଣ ନେଇ ସମସ୍ତ ମହାନଗର ନିଗମର କମିଶନର୍‌ ଏବଂ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବ୍ୟକ୍ତିମାନଙ୍କୁ ତ୍ରିସ୍ତରୀୟ ସର୍ଜିକାଲ୍‌ ମାସ୍କ ଯୋଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସମସ୍ତ ଫିଲ୍‌ଡ ଓ୍ବାର୍କର, ଯାଞ୍ଚ କରୁଥିବା କର୍ମଚାରୀ, ଅତ୍ୟାବଶ୍ୟକକୀୟ ସାମଗ୍ରୀ ଯୋଗାଉଥିବା କର୍ମଚାରୀ ଏବଂ ଆମ୍ବୁଲାନ୍ସର ଚାଳକମାନଙ୍କୁ ମଧ୍ୟ ମାସ୍କ ଯୋଗାଇ ଦିଆଯିବ। ରାଜ୍ୟ ଔଷଧ ନିଗମକୁ ଏହି ମାସ୍କ ଯୋଗାଣ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri