Posted inଜାତୀୟ

ମାୟାନଗରୀରେ ବନ୍ୟା ବିତ୍ପାତ: ଫିକା ପଡ଼ିଲା ଗଣେଶ ପୂଜା

ମୁମ୍ବାଇ,୫।୯: ମୁମ୍ବାଇରେ ମଙ୍ଗଳବାରଠାରୁ ଲଗାଣ ବର୍ଷା ହେବାରୁ ସହରର ବିଭିନ୍ନ ସ୍ଥାନରେ ବନ୍ୟା ବିତ୍ପାତ ଦେଖାଦେଇଛି। ମୁମ୍ବାଇ ଓ ମହାରାଷ୍ଟ୍ରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍କୁଲ, କଲେଜ ଗୁଡିକୁ ବନ୍ଦ ରଖାଯାଇଛି। ମାୟାନଗରୀର ବଡ଼ ପର୍ବ କୁହାଯାଉଥିବା ଗଣେଶ ଉତ୍ସବ ମଧ୍ୟ ଏଥିଯୋଗୁ ଫିକା ପଡ଼ିଯାଇଛି। ୩ ଦିନ ପରେ ଗଜାନନଙ୍କ ବିସର୍ଜନ ହେବାକୁ ଥିବା ବେଳେ ମଣ୍ଡପରେ ପ୍ରତିମାଗୁଡ଼ିକ ଏକପ୍ରକାର ଭାସୁଥିବା ଦୃଶ୍ୟ ନଜର ଆସିଛି। ଅଧିକାଂଶ ଅଞ୍ଚଳରେ ଘର ଗୁଡ଼ିକରେ ପାଣି ପାଶିଯାଇଛି ତ କେଉଁଠି ରାସ୍ତାରେ ଅଣ୍ଟାଏ ଲେଖାଏଁ ପାଣି ଜମି ରହିଛି। ଫଳରେ ଲୋକମାନଙ୍କୁ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ଏଭଳି ପରିସ୍ଥିତି ଯୋଗୁ କେବଳ ସଡ଼କ କାହିଁକି ଟ୍ରେନ ଟ୍ରାକ୍‌ ମଧ୍ୟ ପାଣି ଜମା ହୋଇ ରହିବା ଫଳରେ ଅଧିକାଂଶ ଟ୍ରେନର ଦିଗ ପରିବର୍ତ୍ତନ କରାଯାଇଥିବା ବେଳେ କିଛି ଟ୍ରେନକୁ ଅସ୍ଥାୟୀ ରୂପେ ବାତିଲ କରାଯାଇଛି। ସେହିପରି ପାଗ ଖରାପ୍‌ ଥିବାରୁ ୨୦ଟି ବିମାନକୁ ବାତିଲ କରାଯାଇଥିବା ବେଳେ ଆଉ କିଛି ବିମାନ ବିଳମ୍ବରେ ଉଡିଛି। ବୁଧବାର କାର୍ଯ୍ୟାଳୟ ଯାଇଥିବା ବ୍ୟକ୍ତି ଆଉ ଘରକୁ ନ ଫେରି ସେହିଠାରେ ରାତି ସାରା ରହିଥିବା ଜଣାପଡ଼ିଛି। ଅନ୍ୟପଟେ କାର୍ଯ୍ୟରତ ଥିବା ବିଏମ୍‌ସିର ୨ଜଣ କର୍ମଚାରୀଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହାକୁ ନେଇ ଗୁରୁବାର ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସହରରେ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri