ଦାରିଙ୍ଗବାଡ଼ି,୫।୮(ଡି.ଏନ.ଏ) -ଦାରିଙ୍ଗବାଡ଼ିର ଠିକାଦାର ନିରଞ୍ଜନ ପ୍ରଧାନ ନିଜ ମିକ୍ସର ମେଶିନ ସଜାଡ଼ୁଥିବା ବେଳେ ହାତକଟି ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରୁ ଅଧିକ ଚିକିତ୍ସା ପାଇଁ ନିରଞ୍ଜନଙ୍କୁ ବ୍ରହ୍ମପୁର ପଠାଯାଇଛି। ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପଲ୍ଲିଠାରେ ଏକ କୋଠା ନିର୍ମାଣ କାର୍ଯ୍ୟରେ ଲାଗିଥିବା ମିକ୍ସର ମେଶିନ ଯାନ୍ତ୍ରୀକ ତ୍ରୁଟି ଦେଖାଦେବାରୁ ନିରଞ୍ଜନ ତାକୁ ମରାମତି କରୁଥିଲେ। ଅସାବଧନତାବଶତଃ ତାଙ୍କ ହାତ ଟାଣି ହୋଇ ମିକ୍ସର ମେଶିନ ଭିତରକୁ ଚାଲିଯାଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ସେଠାରେ କାର୍ଯ୍ୟରତ ଶ୍ରମିକଙ୍କ ସହ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ।
ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ
ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…
ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…
ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…
ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…
ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…
ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍
ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…
ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ
ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…
ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…
ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…
କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …
ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…
ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ
ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ…
Archives

