ଭୁବନେଶ୍ବର,୪ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଜିତିବା ଲାଗି ବିଜେଡି ଏବେ ସାମାଜିକ ଗଣମାଧ୍ୟମ ଜରିଆରେ ଭୋଟରଙ୍କୁ ଭ୍ରମିତ କରୁଛି। ପୂର୍ବରୁ ବିଜେଡି ପ୍ରଶାସନିକ ଅଧିକାରୀ, ଏସ୍ଏଚ୍ଜି, ଏମ୍ବିକେ, ସିଆର୍ପି ମାଧ୍ୟମରେ ଟଙ୍କା ବଣ୍ଟନକରି ଭୋଟରଙ୍କୁ ବିଚଳିତ କରିବାର ସମସ୍ତ ଅପଚେଷ୍ଟା କରିଥିଲା। ଏନେଇ ଭାଜପା ସମସ୍ତ ତଥ୍ୟ ଓ ପ୍ରମାଣ ସହ ସିଇଓଙ୍କ ପାଖରେ ଫେରାଦ ହୋଇଥିଲା। ସିଇଓ ମଧ୍ୟ ଘଟଣାର ତଦନ୍ତକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। କିନ୍ତୁ ଶାସକ ଦଳ ନ ସୁଧୁରି ପୁଣି ବିଜେଡି ନେତ୍ରୀ ସ୍ବର୍ଣ୍ଣଲତା ନାୟକ ଏକ ମିଥ୍ୟା ଏକଜିଟ୍ ପୋଲର ‘ବିଜେଡି ଜିତୁଛି ଧାମନଗର’ ଡିଜାଇନ ବନାଇ ତାକୁ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ କରାଉଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କୁ ଭେଟି ଅଭିଯୋଗପତ୍ର ଦେଇଛିି। ନିର୍ବାଚନ ପ୍ରଚାର ଗତ ୧ ତାରିଖ ସନ୍ଧ୍ୟାରୁ ସରିବା ପରେ କୌଣସି ପ୍ରକାର ଏକ୍ଜିଟ୍ ପୋଲ୍ ହେଇପାରିବନାହିଁ ବୋଲି ସ୍ପଷ୍ଟ ନିୟମ ଥିବା ମଧ୍ୟରେ ବିଜେଡି ତା’ର ପୁରୁଣା କାରନାମା ଜାରି ରଖୁଛି। ମିଥ୍ୟା ଅଡିଓ, ଭିଡିଓ ପ୍ରସ୍ତୁତ କରି ମତଦାତାଙ୍କୁ ଭ୍ରମିତ କରୁଛନ୍ତି ଯେଉଁଥିରେ ଶାସକ ଦଳ ସଫଳ ହେବ ନାହିଁ। ଧାମନଗର ନିର୍ବାଚନମଣ୍ଡଳୀର ନିର୍ବାଚନ ନିୟମକୁ ବିଜେଡି ଖୋଲାଖୋଲି ଉଲ୍ଲଂଘନ କରୁଛି। ଏହି ଅଞ୍ଚଳରେ ମୁକ୍ତ, ନିରପେକ୍ଷ ଉପନିର୍ବାଚନ କରିବାକୁ ଭାଜପା ସିଇଓଙ୍କୁ ଦାବି କରିଛି। ଏନେଇ ତୁରନ୍ତ ସାଇବର କ୍ରାଇମ୍ ବିଭାଗ ଓ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଏହାର ଦାୟିତ୍ୱ ନେଇ ତଦନ୍ତକରି ଏ ପ୍ରସଙ୍ଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭାଜପା ଦାବି କରିଛି।
ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ
ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…
ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!
ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…
ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….
ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…
SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…
ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…
କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ
ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…
ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….
ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…
ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…
କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!
ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…
Archives

