ମିନି ବସ୍‌ ଓଲଟିଲା: ୧ ମୃତ, ୧୫ରୁ ଉର୍ଦ୍ଧ୍ୱ ଆହତ

ଆସିକା,୭ା୧୧(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ବୋରି ନିକଟରେ ବୁଧବାର ରାତି ପ୍ରାୟ ୧୧ଟାରେ ଏକ ମିନିବସ୍‌ ରାସ୍ତା କଡକୁ ଓଲଟି ପଡିଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ଭଞ୍ଜନଗର ନିକଟସ୍ଥ ତନରଡା ଗ୍ରାମର ଗୋବର୍ଦ୍ଧନ ଜେନା (୨୮)। ଆହତଙ୍କ ମଧ୍ୟରେ ଦେବ ସ୍ବାଇଁ, ଦେବରାଜ ଜେନା, ପଞ୍ଚୁଆ ଜେନା, ତ୍ରିନାଥ ଡାକୁଆ, ଭଗବାନ ନାୟକ, ଜୁରିଆ ମଳିକ, ଟୁକୁନା ଦାସ, ସୁଶାନ୍ତ ଜେନା, ଶଙ୍କର ଜେନା, ସାଗର ବଢାଇ ପ୍ରମୁଖ ଅଛନ୍ତି। ଏକ ନିର୍ବନ୍ଧ ଭୋଜିରେ ଯୋଗଦେଇ ବୋରି ଗ୍ରାମରୁ ତନରଡା ଫେରୁଥିବାବେଳେ ମିନି ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ମୃତ ଗୋବର୍ଦ୍ଧନ ତଳେ ପଡିଯିବାପରେ ଚାଡି ଚାପି ଦେଇଥିଲା। ପୋଲିସ ପହଞ୍ଚତ୍ ଆହତଙ୍କୁ ଚିକିତ୍ସା ଲାଗି ଗୋବରା, ଭଞ୍ଜନଗର ଓ ଆସିକା ଡାକ୍ତରଖାନାକୁ ପଠାଇଥିଲେ। ମୃତଦେହ ଜବତ କରି ଗୁରୁବାର ଭଞ୍ଜନଗର ମେଡିକାଲରେ ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ଦୁର୍ଘଟଣାଗ୍ରସ୍ଥ ଗାଡି (ନଂ.ଓଆର୍‌ ୦୯ଜି-୬୩୩୯)କୁ ପୋଲିସ ଜବତ କରିଛି। ଘଟଣା ସମ୍ପର୍କରେ ଗାଙ୍ଗପୁର ଥାନାରେ ନଂ.୨୦୩/୧୯ରେ ଏକ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ଧିରେଶ କୁମାର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri