Posted inଖେଳ

ମିଲିଟାରୀ ୱାର୍ଲଡ ଗେମ୍ସ: ଦୀପକ ରୌପ୍ୟ, ବାଲାଜୀ ବ୍ରୋଞ୍ଜ୍‌ ଜିତିଲେ

ଉହାନ୍‌ (ଚାଇନା), ୨୭ା୧୦(ପି.ଟି.)-ଏଠାରେ ଚାଲିଥିବା ୭ମ ମିଲିଟାରୀ ୱାର୍ଲଡ ଗେମ୍ସରେ ଭାରତୀୟ ବକ୍ସର ଦୀପକ ଏକ ରୌପ୍ୟ ଜିତିଥିବାବେଳେ ଟେନିସ ଖେଳାଳି ଏନ୍‌. ଶ୍ରୀରାମ ବାଲାଜୀ ଏକ ବ୍ରୋଞ୍ଜ ଜିତିଛନ୍ତି। ୪୬-୪୯ କେଜି କାଟେଗୋରି ପୁରୁଷ ଲାଇଟ୍‌ ଫ୍ଲାଇଓ୍ବେଟ କାଟେଗୋରି ଫାଇନାଲରେ ଦୀପକ ସ୍ବର୍ଣ୍ଣ ବିଜୟୀ କାଜାଖସ୍ତାନର ଝୁସୁପୋଭ୍‌ ତେମିରତାସଙ୍କଠାରୁ ୦-୫ରେ ହାରିଯାଇଛନ୍ତି। ବାଲାଜୀ ଏକ ପୁରୁଷ ସିଙ୍ଗଲ୍ସ ଟେନିସ୍‌ ବ୍ରୋଞ୍ଜ ପଦକ ମୁକାବିଲାରେ ଉଜ୍‌ବେକିସ୍ତାନର ଫୋମିନ୍‌ ସର୍ଗେଙ୍କୁ ୬-୨, ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି। ଏହି ମ୍ୟାଚ ୧ ଘଣ୍ଟା ୧୯ ମିନିଟ ଧରି ଚାଲିଥିଲା। ତେବେ ମିଡଲ ଡିଷ୍ଟାନ୍ସ ଧାବକ ଜିନସନ ଜନସନଙ୍କୁ ଭାଗ୍ୟ ସହାୟ ହୋଇ ନ ଥିଲା। ସେ ୩:୪୯.୩୪ ସେକେଣ୍ଡ ଟାଇମିଂରେ ପୁରୁଷ ୧୫୦୦ ମିଟର ଫାଇନାଲରେ ୫ମ ହୋଇଥିଲେ। ଇଭେଣ୍ଟର ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ଯଥାକ୍ରମେ ପୋଲାଣ୍ଡର ରୋଜମିସ୍‌ ମିଚାଲ (୪:୪୬.୩୩ ସେକେଣ୍ଡ), ମରକ୍କୋର ଔଲାଧା ହିଚାମ (୩:୪୬.୪୪) ଏବଂ ପୋଲାଣ୍ଡର ଲିଓ୍ବାନ ଡୋସ୍କି ମାର୍ସିନ (୩:୪୬.୬୧ ସେକେଣ୍ଡ) ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ହୋଇଛନ୍ତି। ଭାରତର ପୁରୁଷ ୪x୪୦୦ ମିଟର ରିଲେ ଦଳ ୩:୦୬.୮୧ ସେକେଣ୍ଡ ଟାଇମିଂରେ ଚତୁର୍ଥ ସ୍ଥାନ ଅଧିକାର କରି ଅଳ୍ପକେ ପଦକରୁ ବଞ୍ଚତ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri