ମିଳିପାରେ ସ୍ବାଧୀନତା: କ୍ଷୀର ମୂଲ୍ୟ ନିର୍ଦ୍ଧାରଣ କରିବ ଓମ୍‌ଫେଡ୍‌

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ବର୍ତ୍ତମାନ ବଜାରରେ ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ (ଓମ୍‌ଫେଡ୍‌)ର ବିଭିନ୍ନ ସାମଗ୍ରୀର ସ୍ବତନ୍ତ୍ର ଚାହିଦା ରହିଛି। ହେଲେ ଏବେ ପ୍ରତିଯୋଗିତା ଓ ଖର୍ଚ୍ଚ ବଢ଼ି ଚାଲିଥିବାରୁ ଓମ୍‌ଫେଡ୍‌ ତା’ର ସ୍ଥିତିକୁ କିପରି ଦୃଢ଼ ରଖିବ ସେଥିପାଇଁ ସରକାର ଗୁରୁତ୍ୱ ଦେଇଛନ୍ତି। ତେଣୁ ସର୍ବାଧିକ ବିକ୍ରି ହେଉଥିବା କ୍ଷୀରର ମୂଲ୍ୟ ନିର୍ଦ୍ଧାରଣ କରିବା ପାଇଁ ଓମ୍‌ଫେଡ୍‌କୁ ସ୍ବାଧୀନତା ପ୍ରଦାନ କରିବାକୁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ମିଳିଥିବା ସୂଚନାନୁସାରେ, ରାଜ୍ୟରେ ଏବେ ବିଭିନ୍ନ କମ୍ପାନୀର କ୍ଷୀର ଉପଲବ୍ଧ ରହୁଛି। ସେମାନେ ବଜାରର ଆବଶ୍ୟକତାକୁ ନଜର ରଖି ଓ ପ୍ରତିଦ୍ୱନ୍ଦିତା କରି ଦର ବୃଦ୍ଧି କରିବାରେ ଲାଗିଛନ୍ତି। କିନ୍ତୁ ଓମ୍‌ଫେଡ୍‌ ଦର କମ୍‌ ରହିବାରୁ ଦୁଗ୍ଧ ଚାଷୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ଏହାକୁ ଆଖି ଆଗରେ ରଖି ଓମ୍‌ଫେଡ୍‌କୁ କ୍ଷୀର ମୂଲ୍ୟ ନିର୍ଣ୍ଣୟ ଦାୟିତ୍ୱ ଦେବାକୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ଷ୍ଟାଣ୍ଡିଂ କମିଟି ପକ୍ଷରୁ ସୁପାରିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ରୋଗ (କୋଭିଡ)ର ସଂକ୍ରମଣ ପୁଣି ଥରେ ଆରମ୍ଭ ହୋଇଥିବା ଜଣାପଡିଛି।…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri