ମିଳିଲାନି ଗୃହରକ୍ଷୀ ଚାକିରି: ଏସ୍‌ପି ଅଫିସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋନପୁର,୨୨।୬(ନି.ପ୍ର.): ଗୃହରକ୍ଷୀ ଚାକିରି ନ ମିଳିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ମାଣିକପୁର ଗ୍ରାମର ଚମୁରୁ ହାତୀଙ୍କ ପୁଅ ଗୁପ୍ତେଶ୍ୱର(୩୨) ଶୁକ୍ରବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୁବର୍ଣ୍ଣପୁର ଜିଲା ପୋଲିସ ଅଫିସ ତଥା ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଗୁପ୍ତେଶ୍ୱର ନିଜ ସ୍ତ୍ରୀ ଓ ଝିଅଙ୍କ ସମ୍ମୁଖରେ କୀଟନାଶକ ପିଇଥିଲେ। ଏହି ସମୟରେ ଏସ୍‌ପି ଦେବୀପ୍ରସାଦ ଦାଶ କାର୍ଯ୍ୟାଳୟରେ ଅନୁପସ୍ଥିତ ଥିଲେ। ସୂଚନା ପାଇ ସୋନପୁର ଥାନା ପୋଲିସ ପିସିଆର ଭ୍ୟାନ୍‌ରେ ଗୁପ୍ତେଶ୍ୱରଙ୍କୁ ଆଣି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ସେ ଚିକିତ୍ସାଧୀନ ଥିଲେ ହେଁ ବିପଦମୁକ୍ତ ଥିବା ଡାକ୍ତର ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ ୨୦୦୬ ମସିହାରେ ଗୁପ୍ତେଶ୍ୱର ଗୃହରକ୍ଷୀ ଭାବେ କାର୍ଯ୍ୟ କରୁଥିଲେ। କୌଣସି କାରଣରୁ ୨୦୦୭ରେ ତାଙ୍କୁ ଛଟେଇ କରାଯାଇଥିଲା। ପୁନଃ ନିଯୁକ୍ତି ପାଇଁ ସେ ତତ୍କାଳୀନ ଏସ୍‌ପିଙ୍କଠାରୁ ଆରମ୍ଭ କରି ଡିଆଇଜି ଏପରିକି ପୋଲିସ ଡିଜିଙ୍କୁ ଭେଟିଥିଲେ। ଜିଲାରେ ଗୃହରକ୍ଷୀ ଚୟନ ସମୟରେ ଅଗ୍ରାଧିକାର ଦିଆଯିବ ବୋଲି ତାଙ୍କୁ ସେତେବେଳେ ମୌଖିକ ପ୍ରତିଶ୍ରୁତି ମିଳିଥିଲା। ଗୁପ୍ତେଶ୍ୱର ଦିନମଜୁରିଆ ଭାବେ କାମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଉଥିଲେ। ଗତ ଡିସେମ୍ବରରେ ଖାଲି ଥିବା ଜିଲାର ୪୫ଟି ଗୃହରକ୍ଷୀ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଫେବୃୟାରୀରେ ଆବେଦନକାରୀଙ୍କ ଶାରୀରିକ ପରୀକ୍ଷା ଓ ସାକ୍ଷାତକାର ନିଆଯାଇଥିଲା । ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଆଶାୟୀଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି । ତାଲିକାରେ ଗୁପ୍ତେଶ୍ୱରଙ୍କ ନାମ ନଥିବାରୁ ସେ ନିରାଶ ହୋଇ ପଡିଥିଲେ। ସେ ଯୋଗ୍ୟ ପ୍ରାର୍ଥୀ ତାଙ୍କୁ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ। ଏସ୍‌ପିଙ୍କୁ ମଧ୍ୟ ଏଥିପାଇଁ ସାକ୍ଷାତ୍‌ କରିଥିଲେ। ଶୁକ୍ରବାର ବାଇକ୍‌ରେ ନିଜ ସ୍ତ୍ରୀ ରଶ୍ମିତା ଓ ଛୋଟ ଝିଅଙ୍କୁ ଧରି ଏସ୍‌ପିଙ୍କ ଅଫିସ ପରିସରକୁ ଆସିଥିଲେ। ହାତରେ ଏକ କୀଟନାଶକ ଔଷଧ ବୋତଲ ଧରି ବୁଲୁଥିଲେ। କେହି କିଛି ବୁଝିବା ପୂର୍ବରୁ ମାନସିକ ଭାରସାମ୍ୟ ହରାଇ ସେ କୀଟନାଶକ ପିଇ ଦେଇଥିଲେ। ପୋଲିସ ଏହି ଘଟଣାକୁ ସାଧାରଣଭାବେ ନେଉଛି । କିନ୍ତୁ କେଉଁ ପରିସ୍ଥିତିରେ ଗୁପ୍ତେଶ୍ୱର ନିଜ ପରିବାର ଲୋକଙ୍କ ଉପସ୍ଥିତିରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାର ତଦନ୍ତ କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଲିବ ବୁଲ୍‌ଡୋଜର

ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ...

ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା

ସମ୍ବଲପୁର,୧୦ା୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି। ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ...

ଆଦିବାସୀ ଯୁବକଙ୍କୁ ପିଟିଲା ପୋଲିସ

ସମ୍ବଲପୁର, ୭ା୭ (ପ୍ରମୋଦ ବହିଦାର)ପୋଲିସ ବର୍ବରତାର ଆଉ ଏକ କାହାଣୀ ଲୋକଲୋଚନକୁ ଆସିଛି। ବ୍ୟାଟେରି ଚୋରି ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ଗାଁ ଲୋକଙ୍କ ଉପସ୍ଥିତିରେ...

ସମ୍ବଲପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ସମ୍ବଲପୁର,୨୮।୬: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ସମ୍ବଲପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ...

ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

ସମ୍ବଲପୁର/ପଡିଆବାହାଲ,୨୭ା୬(ପ୍ରମୋଦ ବହିଦାର/ରାଧାମୋହନର ଷଢ଼ଙ୍ଗୀ): ସମ୍ବଲପୁର ସଦର ଥାନା ଅଧୀନ ବୁଦେଲଛିଣ୍ଡା ଗ୍ରାମରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ପୁଅର ଠେଙ୍ଗାମାଡ଼ରେ ବାପା ରାମ...

ପ୍ରଭାବ ଦେଖାଇଲେ ଜୟନାରାୟଣ

ସମ୍ବଲପୁର,୨୬।୬(ଭବାନୀ ଶଙ୍କର ଭୋଇ): ଦୀର୍ଘ ୫ ଥର ସମ୍ବଲପୁରର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟନାରାୟଣ ମିଶ୍ର ନିଜର ଖାସ ଅନ୍ଦାଜ ପାଇଁ ସାରା ରାଜ୍ୟରେ...

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ...

ସମ୍ବଲପୁରରେ ଜଣ୍ଡିସ୍‌ ଆତଙ୍କ: ୫୯ ଚିହ୍ନଟ

ସମ୍ବଲପୁର,୨୦ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍‌(କାମଳ ରୋଗ) ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସରକାରୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri