ମିଳୁନି ଲେ ଆଉଟ୍‌: ହୋଇପାରୁନି ଘର ନିର୍ମାଣ

କେନ୍ଦୁଝର, ୮ା୧୨(ସ୍ବ.ପ୍ର.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ସହରାଞ୍ଚଳରେ ସମସ୍ତଙ୍କ ପାଇଁ ଗୃହ ନୀତି, ଓଡିଶା ପକ୍ଷରୁ ସମସ୍ତ ଗୃହହୀନଙ୍କୁ ଘର ମିଳୁଛି। କିନ୍ତୁ କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏହି ଯୋଜନାରେ ହିତାଧିକାରୀଙ୍କୁ ଘର କାଗଜପତ୍ରରେ ମିଳିଛି କିନ୍ତୁ ଘର ନିର୍ମାଣ ହୋଇ ପାରୁନଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି ା ଏପରିକି ସହରର ସିଲୁଆଁ ଗ୍ରାମରେ କାଳିଚରଣ ମୁଣ୍ଡାଙ୍କୁ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇ କାର୍ଯ୍ୟାଦେଶ ମିଳିଥିଲେ ହେଁ ଘର ନିର୍ମାଣ ପାଇଁ ଲେ ଆଉଟ ଦିଆଯାଉନଥିବାରୁ ୧୦ ମାସ ହେଲା ଘର ନିର୍ମାଣ କରିପାରୁ ନ ଥିବା ସେ ଅଭିଯୋଗ କରିଛନ୍ତି। ବିଳମ୍ବ ହେଉଥିବାରୁ ବହୁ ଅସୁବିଧାରେ ରହୁଥିବା କାଳିଚରଣଙ୍କ ପରିବାର ନିରାଶ ହୋଇ ରହିଛନ୍ତି ା କାର୍ଯ୍ୟାଦେଶ ସଂଖ୍ୟା ୧୧୭୫/ତା୨୫।୦୨।୨୦୧୯ରିଖରେ ତାଙ୍କୁ କାର୍ଯ୍ୟାଦେଶ ମିଳିଥିଲା। ସେ ଏଥିଲାଗି ବେଶ ଖୁସି ହୋଇଥିଲେ ହେଁ ଏବେ ଘର ନିର୍ମାଣ ପାଇଁ ଲେ ଆଉଟ ଦେବାକୁ ବାରମ୍ବାର ନିବେଦନ କଲେ ମଧ୍ୟ କେହି ଶୁଣୁ ନାହାନ୍ତି। କାର୍ଯ୍ୟାଦେଶକୁ ସାଇତି ଆଉ କେତେ ଦିନ ରଖିବେ ବୋଲି ସେ କହିଛନ୍ତି ା ୭୫୬ ଘର ପାଇଁ ଅନୁମୋଦନ ମିଳିଥିବାବେଳେ, ୬୩୪ ପାଇବା ପାଇଁ ଚିହ୍ନଟ ହୋଇଛି ା ସେଥିରୁ ୨୬୩ ଟି ଘର ଶେଷ ହୋଇଥିବା ଜଣାପଡିଛି ା ଏହା ଛଡା ୫୮୧ ଟି ଘରର ଲେ ଆଉଟ ଦିଆଯାଇଥିବା କନିଷ୍ଠ ଯନ୍ତ୍ରୀ କହିଛନ୍ତି ଅରୁପ କୁମାର ସେଠି କହିଛନ୍ତି ା ଅନଲାଇନ ରେ ସମସ୍ୟା ହେଉଥିବା ଏବଂ କାଗଜପତ୍ର ଠିକ ନ ଥିବାରୁ ଏଭଳି ବିଳମ୍ବ ହେଉଛି ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। କାଳିଚରଣ ଓ ଅନ୍ୟମାନଙ୍କ ଲେ ଆଉଟ ଖୁବ ଶୀଘ୍ର ଦିଆଯିବ ବୋଲି ଦାୟିତ୍ୱରେ ଥିବା ଅରୂପ ସେଠୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri