ମିଶନ ‘ବିୟୁଟି ସିଟି’କୁ ସ୍ବାଗତ: ସହରକୁ ଜବରଦଖଲ ମୁକ୍ତ ଦାବି

ବାଲେଶ୍ୱର ଅଫିସ,୨୬।୭-ବାଲେଶ୍ୱର ସହର ରାସ୍ତା ତଥା ନୟନଯୋରୀକୁ ଜବରଦଖଲ କରି ବହୁ ବ୍ୟକ୍ତିବିଶେଷ, ବ୍ୟବସାୟୀମାନେ ସଙ୍କୁଚିତ କରିବା ଦ୍ୱାରା ସର୍ବସାଧାରଣ ଯାତାୟାତରେ ସମସ୍ୟା ଭୋଗୁଛନ୍ତି। ଏହାକୁ ଅନୁଭବ କରି ଗତ ୨୨ତାରିଖରୁ ନୂତନ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଆରମ୍ଭ କରାଯାଇଥିବା ମିଶନ ‘ବିୟୁଟି ସିଟି’କୁ ବିଭିନ୍ନ ସାମାଜିକ ସଂସ୍ଥା ପକ୍ଷରୁ ସ୍ବାଗତ କରାଯାଇଛି।
ସାମାଜିକ କର୍ମୀ ଗିରିଜା ଶଙ୍କର ଦାସଙ୍କ ଆବାହନରେ ସ୍ଥାନୀୟ ବ୍ରିଟ କଲ୍ୟାଣମଣ୍ଡପ ପରିସରରେ ସହର ପ୍ରାୟ ୧୫ଟି ସମାଜସେବୀ ଅନୁଷ୍ଠାନ ଏବଂ ୫୦ରୁ ଉର୍ଦ୍ଧ୍ୱ ସହରବାସୀମାନେ ଉପସ୍ଥିତ ହୋଇ ଜିଲାପାଳଙ୍କୁ ସହରର ରାସ୍ତାଘାଟ ପ୍ରଶସ୍ତିକରଣ ସହିତ ବାଲେଶ୍ୱର ସହରକୁ ପରିଷ୍କାର ପରିଚ୍ଛନ୍ନ ରଖାଯିବା ସଂକ୍ରାନ୍ତୀୟ ଏକ ଦାବିପତ୍ର ପ୍ରଦାନ କରିଥିଲେ। ସହରର ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ଉପସ୍ଥିତିରେ ଦୀର୍ଘସମୟ ଆଲୋଚନା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସହରର ସମସ୍ତ ଜବରଦଖଲକୁ ତୁରନ୍ତ ଉଚ୍ଛେଦ କରିବାର ଦାବି କରାଯାଇଥିଲା। ସର୍ବପ୍ରଥମ ଉଡ଼ନ୍ତା ପୋଲର ମରାମତି ସହ ତଳେ ଥିବା ଦୋକାନ ଘରଗୁଡିକୁ ଉଚ୍ଛେଦ କରିବା ଦାବି ହୋଇଥିଲା।
ସରକାରୀ ଅମିନଙ୍କ ଦ୍ୱାରା ହାଲ୍‌ ନକ୍ସା ଅନୁସାରେ ମାପ କରାଯାଇ ଦଖଲକାରୀଙ୍କୁ ନ୍ୟାୟୋଚିତ୍ତ ସ୍ଥାନ ଦିଆଯିବା ସଙ୍ଗେ ସଙ୍ଗେ ରାସ୍ତାଘାଟର ପ୍ରଶସ୍ତିକରଣ ପାଇଁ ଯଥାଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ଚକ୍ରବର୍ତ୍ତୀ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri