ମିଶ୍ରପଡ଼ାରେ ଏମ୍‌ସିସି ନିର୍ମାଣକୁ ବିରୋଧ ଜାରି:ସଚେତନ କରି ନ ପାରି ଫେରିଲେ ପୌର କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୪।୧୨-ଅନୁଗୋଳ ପୌରାଞ୍ଚଳର ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟି ସେଣ୍ଟର(ଏମ୍‌ସିସି)କୁ ବିରୋଧ ଜାରି ରହିଛି। ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଅପରାହ୍ନରେ ଆଲୋଚନା ପାଇଁ ପୂର୍ବରୁ ସମୟ ଧାର୍ଯ୍ୟ କରାଯାଇଥିଲେ ବି ବୈଠକ ହୋଇପାରି ନାହିଁ। ଏପରି କି ଲୋକଙ୍କୁ ସଚେତନ କରିବା ପାଇଁ ପୌର କର୍ତ୍ତୃପକ୍ଷ ପ୍ରସ୍ତୁତ କରିଥିବା ଭିଡିଓକୁ ମଧ୍ୟ କେହି ଦେଖିଲେ ନାହଁି। ଏଠାରେ ଏମ୍‌ସିସି ନିର୍ମାଣ କରାଯାଇପାରିବ ନାହିଁ ବୋଲି ରୋକ୍‌ଠୋକ୍‌ କହିବା ସହ ଅନୁଗୋଳ ପୌରପାଳିକା ଗୋ ବ୍ୟାକ୍‌ ବୋଲି କହି ପ୍ରତିବାଦ କରିଥିଲେ। ଫଳରେ ଲୋକଙ୍କୁ ସଚେତନ କରିବାକୁ ଯାଇଥିବା ପୌର କର୍ତ୍ତୃପକ୍ଷ ବାଧ୍ୟ ହୋଇ ମିଶ୍ରପଡ଼ାରୁ ଫେରିଆସିଥିଲେ। ଘଟଣା ସମ୍ପର୍କରେ ପୌରପାଳିକା ପକ୍ଷରୁ ଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଅନୁଗୋଳ ପୌରପାଳିକା ପକ୍ଷରୁ ସହରର ୩ଟି ସ୍ଥାନରେ ଏମ୍‌ସିସି ନିର୍ମାଣ କରାଯିବ। ହୁଲୁରୁସିଂହାରେ ଏହି ନିର୍ମାଣ ଚାଲୁଥିବାବେଳେ ହେମସୁରପଡ଼ା ଦୁର୍ଗାମଣ୍ଡପ ଠାରେ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତେବେ ମିଶ୍ରପଡ଼ାରେ ନିର୍ମାଣ ପୂର୍ବରୁ ପୌରପାଳିକାକୁ ଜୋରଦାର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଗତ ଗୁରୁବାର ସ୍ଥାନୀୟ ଲୋକେ ନିର୍ମାଣ କାର୍ଯ୍ୟକୁ ବିରୋଧ କରିଥିଲେ। ଏହାପରେ ଶୁକ୍ରବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ବସିଥିଲା। ଏମ୍‌ସିସିର କାର୍ଯ୍ୟ ସମ୍ପର୍କରେ ମଙ୍ଗଳବାର ଲୋକଙ୍କୁ ଭିଡିଓ ମାଧ୍ୟମରେ ସଚେତନ କରିବା ସହ ପୋଷ୍ଟର ମାରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଆଜି ପୌର କର୍ତ୍ତୃପକ୍ଷ ଦଳ ବଳ ଧରି ହାଇଟେକ୍‌ ନର୍ସରୀ ନିକଟକୁ ଯାଇଥିଲେ ମଧ୍ୟ ଲୋକଙ୍କ ବିରୋଧର ଶିକାର ହୋଇଥିଲେ। ଏପରି କି କୌଣସି ଆଲୋଚନା କରାଯିବ ନାହିଁ ବୋଲି ଲୋକମାନେ ସିଧାସଳଖ ଭାବେ କହିଥିଲେ। ପୌର କର୍ତ୍ତୃପକ୍ଷ ପାରାଦୀପ ଯାଇ ଆଣିଥିବା ଏମ୍‌ସିସିର ଭିଡିଓକୁ ମଧ୍ୟ ସ୍ଥାନୀୟ ଲୋକେ ଦେଖିବାକୁ ମନା କରିଦେଇଥିଲେ। ଏ ନେଇ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, ଲୋକମାନେ ବିରୋଧ କରିବାରୁ ଫେରିଆସିଲୁ। କୌଣସି କଥା ସେମାନେ ଶୁଣିବାକୁ ପ୍ରସ୍ତୁତ ନ ଥିଲେ। ଏ ନେଇ ଜିଲାପାଳଙ୍କୁ ଅବଗତ କରିବୁ। ସେ ଯାହା ପଦକ୍ଷେପ ନେବେ ତାକୁ ଅପେକ୍ଷା କରିବୁ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri