ମିସ୍‌ ଟ୍ରାଡିଶନାଲ୍‌ ଟାଇଟଲ୍‌ ଜିତିଲେ ଓଡ଼ିଆ ଝିଅ ଶିବାନୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ମୁମ୍ବାଇ ମହାନଗର ଆନ୍ତଃ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଟ୍ରାଡିଶନାଲ୍‌ ବିଭାଗରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶିବାନୀ ମିଶ୍ର। ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ଶିବାନୀ ଏହି ପ୍ରତିଯୋଗିତାରେ ଓଡ଼ିଶାର ସଂସ୍କୃତି, ପରମ୍ପରା, ଚଳଣି ଓ ପାରମ୍ପରିକ ଓଡ଼ିଆ ଖାଦ୍ୟକୁ ପ୍ରଦର୍ଶିତ କରି ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମୁମ୍ବାଇରେ ରହି ମଧ୍ୟ ଓଡ଼ିଶାର କଳା ଓ ସଂସ୍କୃତିକୁ ଭୁଲି ନ ଥିବାରୁ ତାଙ୍କୁ ଉପସ୍ଥିତ ଅତିଥିମାନେ ପ୍ରଶଂସା କରିଥିଲେ। ବମ୍ବେ ଓଡ଼ିଆ ମହାସଂଘ ସଭାପତି ତଥା ସେଠାରୁ ପ୍ରକାଶ ପାଉଥିବା ଏକମାତ୍ର ଓଡ଼ିଆ ଖବରକାଗଜ ‘ମୁମ୍ବାଇ ଓଡ଼ିଆ ସମାଜ’ର ମୁଖ୍ୟ ସମ୍ପାଦକ ଡ. ବିପିନ ବିହାରୀ ମିଶ୍ର ଓ ଡ. ସୁକାନ୍ତି ମିଶ୍ରଙ୍କ କନିଷ୍ଠା କନ୍ୟା ହେଉଛନ୍ତି ଶିବାନୀ। ତାଙ୍କ ବଡ଼ ଭଉଣୀ ଶେଲ୍‌ଭି ମିଶ୍ର ଏୟାର ଇଣ୍ଡିଆରେ ଜଣେ ଦକ୍ଷ ପାଇଲଟ ଭାବେ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଶାସ୍ତ୍ରୀ ନଗର ଦୁର୍ଘଟଣା ମାମଲାରେ କାର୍ଯ୍ୟାନୁଷ୍ଠାନ: କିଲର ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୩।୭: ରାଜଧାନୀ ଭୁବନେଶ୍ୱରର ଶାସ୍ତ୍ରୀ ନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲାରେ କମିଶନରେଟ୍ ପୋଲିସ ବଡ଼ ସଫଳତା ପାଇଛି। ଦୁର୍ଘଟଣା ଘଟାଇ ଜଣଙ୍କ ମୃତ୍ୟୁର କାରଣ…

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି…

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି।…

ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri