‘ମୁଁ ସଫେଇବାଲା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ପରିଚ୍ଛନ୍ନତା ଏକ ମାନସିକତା। ଆସନ୍ତୁ ଶପଥ ନେବା, ନିଜ ପରିବେଶ ଓ ସହରକୁ ସଫାସୁତୁରା ରଖିବା। ସ୍ବଚ୍ଛତାରେ ସାମୂହିକ ପରିବର୍ତ୍ତନ ଆଣିବା ଲାଗି ଏମିତି ସ୍ଲୋଗାନ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆରମ୍ଭ କରିଛ ‘ମୁଁ ସଫେଇବାଲା’ ଅଭିଯାନ। ବୁଧବାର ପୂର୍ବାହ୍ନରେ ଏହି ଅଭିଯାନକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସତ୍ୟନଗରଠାରେ ଆୟୋଜିତ ପ୍ରାଚୀର ଚିତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରଙ୍ଗତୂଳୀ ଧରି ନିଜର ନାମ (ଏନ୍‌.ପି.)ଲେଖି ଏହାର ଉଦ୍‌ଘାଟନ କରିଥିଲେ। ଏଥିସହ ଅଭିଯାନର ମାସ୍କଟକୁ ମଧ୍ୟ ଲୋକାର୍ପଣ କରି ସହରକୁ ସ୍ବଚ୍ଛ ରଖିବା ଲାଗି ସହରବାସୀଙ୍କୁ ଆହ୍ବାନ ଦେଇଥିଲେ।
ଏହି ଅବସରରେ ସ୍ବଚ୍ଛତାକୁ ବ୍ୟବହାରିକ ପରିବର୍ତ୍ତନର ଧାରାରେ ପରିଣତ କରିବା ପାଇଁ ଉପସ୍ଥିତ ସମସ୍ତ ନାଗରିକଙ୍କୁ ଶପଥପାଠ କରାଯାଇଥିଲା। ୩ଶହ ଛାତ୍ରୀଛାତ୍ର ବିଭିନ୍ନ ପ୍ରକାରର ପ୍ରାଚୀର ଚିତ୍ର ଆଙ୍କି ‘ମୁଁ ସଫେଇବାଲା କାର୍ଯ୍ୟକ୍ରମ’କୁ ଆକର୍ଷଣୀୟ ରୂପ ଦେଇଥିଲେ। ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଏମ୍‌ସି ପ୍ରଶାସକ ସଂଗ୍ରାମଜିତ୍‌ ନାୟକ, କମିଶନର ପ୍ରେମଚନ୍ଦ୍ର ଚୌଧାରୀ, ଅତିରିକ୍ତ କମିଶନର ଅବନୀ ପଟ୍ଟନାୟକ, ଡେପୁଟି କମିଶନର ଶୁଭେନ୍ଦୁ ସାହୁ, ଶ୍ୟାମସୁନ୍ଦର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ପରେ ୟୁନିଟ୍‌-୩ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଆୟୋଜିତ ଅନ୍ୟ ଏକ କାର୍ଯ୍ୟକ୍ରମରେ ଭୁବନେଶ୍ୱରରେ ସ୍ବଚ୍ଛତା ଆଣିବା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବିଏମ୍‌ସିର ୧୫୦ଜଣ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ କାର୍ଡ ପ୍ରଦାନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ, ଅଭିଯାନ ଆରମ୍ଭରୁ ସଫଳତା ପାଇଁ ବିଏମ୍‌ସି ପ୍ରାକ୍‌ ପ୍ରସ୍ତୁତି କାର୍ଯ୍ୟକ୍ରମର ଆୟୋଜନ କରିଥିଲା। ଗତ ୩୦ ତାରିଖରେ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ ଓ ଆବାସିକ ସଂଘମାନଙ୍କୁ ‘ମୁଁ ସଫେଇବାଲା’ ଅଭିଯାନ ସଂକ୍ରାନ୍ତରେ ସଚେତନ କରାଯାଇଥିଲା। ପ୍ରାୟ ତିନିମାସ ଧରି ଲଗାତର ଭାବେ ଏହି ଅଭିଯାନ ଚାଲିବ। ୧୦ ନିୟମକୁ ଆଚରଣରେ ପରିବର୍ତ୍ତନ କରିପାରିଲେ ନିଶ୍ଚିତଭାବେ ଭୁବନେଶ୍ୱରର ବର୍ଜ୍ୟ ପରିଚାଳନାରେ ଉନ୍ନତି ଘଟିବ। ବିଶେଷକରି ଏହି ଅଭିଯାନରେ ଛୋଟପିଲାଙ୍କ ଦ୍ୱାରା ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri