Posted inଜାତୀୟ

ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ

ନୂଆଦିଲ୍ଲୀ,୬ା୩(ପି.ଟି.): ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସବୁ ପଦକ୍ଷେପ ନିଆଯାଉଛି। ଅଦ୍ୟାବଧି ୨୮,୫୨୯ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ପାର୍ଲାମେଣ୍ଟର ଉଭୟ ଗୃହରେ କହିଛନ୍ତି। ବୁଧବାର ସୁଦ୍ଧା ଦେଶରେ ୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଇରାନରେ ଥିବା ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ସେହିଦେଶର କର୍ତ୍ତୃପକ୍ଷଙ୍କ ସହ କଥାବର୍ତ୍ତା ଚାଲିଛି। କେରଳରେ ପ୍ରଥମେ ଚିହ୍ନଟ ହୋଇଥିବା ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ନିକଟରେ ଇଟାଲୀରୁ ଫେରିଥିବା ଦିଲ୍ଲୀର ଜଣେ ବ୍ୟକ୍ତି, ଦୁବାଇରୁ ସିଙ୍ଗାପୁର ଦେଇ ଆସିଥିବା ତେଲଙ୍ଗାନାର ଅନ୍ୟ ଜଣକଠାରେ କରୋନା ପଜିଟିଭ୍‌ ଥିବା ଜଣାପଡିଥିଲା। ଆଗ୍ରାରେ ୬ ରୋଗୀ ଚିହ୍ନଟ ହୋଇଥିବାବେଳେ ରାଜସ୍ଥାନରେ ଇଟାଲୀୟ ପର୍ଯ୍ୟଟକ ଦମ୍ପତିଙ୍କଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ଏହାବ୍ୟତୀତ ଇଟାଲୀରୁ ଆସିଥିବା ୧୪ ପର୍ଯ୍ୟଟକ ଓ ସେମାନଙ୍କ ଭାରତୀୟ ଡ୍ରାଇଭରଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି।
କରୋନା ସଂକ୍ରମଣ ବଢ଼ୁଥିବାରୁ ସାନିଟାଇଜର, ମାସ୍କ ଆଦି କଳାବଜାର ହେବା ଆଶଙ୍କା ରହିଛି। ବଜାରରେ ସେଗୁଡ଼ିକ ଯେପରି ପର୍ଯ୍ୟାପ୍ତ ଉପଲବ୍ଧ ହେବ ସେ ଦିଗରେ ଦୃଷ୍ଟି ଦେବାକୁ ଲୋକ ସଭାରେ ବିରୋଧୀ ସଦସ୍ୟମାନେ ପ୍ରସ୍ତାବ ଦେଇଥିଲେ। ସାନିଟାଇଜର ଓ ମାସ୍କ ଦାମ୍‌ ବଢ଼ିଥିବା କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri