ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ପୁଣି ସକ୍ରିୟ ହୋଇଉଠିଛି କରୋନା ଭୂତାଣୁ। ରାଜ୍ୟରେ କରୋନାର ଲେଉଟାଣି ସଂକ୍ରମଣ ପୂର୍ବାପେକ୍ଷା ମାରାତ୍ମକ ବୋଲି କୁହାଯାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଥିବାବେଳେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ରାଜ୍ୟର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟରେ କରୋନା ମୁକାବିଲା ନିମନ୍ତେ ସମସ୍ତେ ପ୍ରସ୍ତୁତ ରହିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସବୁ ଜିଲା ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ଯଥେଷ୍ଟ ପରିମାଣର ଅକ୍ସିଜେନ୍‌ ବ୍ୟବସ୍ଥା ସହ ବେଡ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଘରୋଇ ଓ ସରକାରୀ ହସ୍ପିଟାଲରେ ଆଇସୋଲେଶନ ବେଡ୍‌, ଆଇସିୟୁ, ଡାଏଲିସିସ୍‌, ଲେବର୍‌ ରୁମ୍‌ ଆଦି ପ୍ରସ୍ତୁତ ରଖିବାକୁ ମଧ୍ୟ କୁହାଯାଇଛି।
ଏ ସମ୍ପର୍କରେ ସୂଚନା ଦେଇ ମହାପାତ୍ର କହିଛନ୍ତି, ରାଜ୍ୟରେ ଗତ କିଛିଦିନ ହେଲା ସଂକ୍ରମଣ ବଢ଼ିବାରେ ଲାଗିଛି। ଯଦି ସାବଧାନତା ଅବଲମ୍ବନ କରା ନ ଯାଏ ତେବେ ସ୍ଥିତି ସାଂଘାତିକ ହୋଇଯିବ ବୋଲି ଅନୁମାନ କରାଯାଉଛି। ତେଣୁ ଏପରି ସ୍ଥିତିରେ ସ୍ଥାନୀୟ ଅଞ୍ଚଳରେ ଫ୍ଲାଭିପିରାଭିର୍‌, ରେମଡେସିଭିର ଆଦି ମେଡିସିନ ପର୍ଯ୍ୟାପ୍ତ ପରିମାଣରେ ଗଚ୍ଛିତ ରଖିବା ସହ ହୋମ୍‌ ଆଇସୋଲେଶନ, ଏସ୍‌ଓପିକୁ କଡ଼ାକଡ଼ି ପାଳନ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ରାପିଡ୍‌ ରେସପନ୍ସ ଟିମ୍‌ ମଧ୍ୟ ବିଭିନ୍ନ ଜିଲାରେ ପ୍ରସ୍ତୁତ ରହିବା ସହିତ ଟିକାକରଣକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି। ବହୁବିଧ ରୋଗାକ୍ରାନ୍ତଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ କରିବାକୁ ସେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ପୂର୍ବରୁ କରୋନା ପିକ୍‌ରେ ଥିବାବେଳେ ଦେଶରେ ଦୈନିକ ୯୬ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିଲେ। ଏବେ ୮୧ହଜାର ଚିହ୍ନଟ ହେଉଛନ୍ତି। ତେଣୁ ଆମେ ଏବେ ପୂର୍ବ ସ୍ଥିତିକୁ ଫେରୁଛେ। ଏହାକୁ ଦୃଷ୍ଟିରେ ରଖି ଟେଷ୍ଟିଂ, ଟ୍ରେସିଂ ଓ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଗାଁ: ଯେଉଁଠି ଲୋକଙ୍କ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ସହର ଏବଂ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri